Author: TRUPTIMAYEE SAHOO

ମିଳିତ ଭାବେ ବିକଶିତ ଭାରତ ନିର୍ମାଣ କରିପାରିବା: ରାଷ୍ଟ୍ରପତି  ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଭୁବନେଶ୍ୱରରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀର ଉଦଯାପନୀ ଅଧିବେଶନରେ ଯୋଗ ଦେଇ ଏହାକୁ ସମ୍ବୋଧିତ କରିଛନ୍ତି ଏବଂ ପ୍ରବାସୀ ଭାରତୀୟ ସମ୍ମାନ ପୁରସ୍କାର ପ୍ରଦାନ କରିଛନ୍ତି। ଏହି ଅବସରରେ ଉଦବୋଧନ ଦେଇ ରାଷ୍ଟ୍ରପତି କହିଥିଲେ ଯେ ପ୍ରବାସୀ ଭାରତୀୟମାନେ ଆମ ଦେଶର ସର୍ବୋତ୍ତମ ପ୍ରତିନିଧି। ସେମାନେ କେବଳ ଏହି ପବିତ୍ର ଭୂମିରେ ଅର୍ଜିତ ଜ୍ଞାନ ଏବଂ କୌଶଳକୁ ନିଜ ସହିତ ନେଇ ନାହାଁନ୍ତି, ବରଂ ହଜାର ହଜାର ବର୍ଷ ଧରି ଆମ ସଭ୍ୟତାର ମୂଳଦୁଆ ସାଜିଥିବା ମୂଲ୍ୟବୋଧ ଏବଂ ନୈତିକତାକୁ ମଧ୍ୟ ସାଙ୍ଗରେ ବହନ କରିଛନ୍ତି। ପ୍ରଯୁକ୍ତିବିଦ୍ୟା, ଭେଷଜ, କଳା କିମ୍ବା ଉଦ୍ୟମିତା କ୍ଷେତ୍ରରେ, ପ୍ରବାସୀ ଭାରତୀୟମାନେ ଏପରି ଏକ ପ୍ରଭାବ ସୃଷ୍ଟି କରିଛନ୍ତି ଯାହାକୁ ବିଶ୍ୱ ସ୍ୱୀକାର ଏବଂ ସମ୍ମାନ କରିଥାଏ। ରାଷ୍ଟ୍ରପତି ସମସ୍ତ ପ୍ରବାସୀ ଭାରତୀୟ ସମ୍ମାନ ବିଜେତାଙ୍କୁ ଅଭିନନ୍ଦନ…

Read More