Author: TRUPTIMAYEE SAHOO

ଭବିଷ୍ୟତ ଯୁଦ୍ଧରେ ନୁହେଁ, ବୁଦ୍ଧଙ୍କଠାରେ ରହିଛି ଗଣତନ୍ତ୍ର ଆମ ଜୀବନର ଅବିଚ୍ଛେଦ୍ୟ ଅଙ୍ଗ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶ୍ୱରରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ଗୁରୁବାର ଉଦଘାଟନ କରିଛନ୍ତି। ବିଶ୍ୱର ବିଭିନ୍ନ ସ୍ଥାନରୁ ଆସିଥିବା ସମସ୍ତ ପ୍ରତିନିଧି ଏବଂ ପ୍ରବାସୀ ଭାରତୀୟଙ୍କୁ ସ୍ୱାଗତ କରି ମୋଦି ବିଶ୍ୱାସ ବ୍ୟକ୍ତ କରିଛନ୍ତି ଯେ, ଆଜି ଏଠାରେ ପରିବେଷିତ ଉଦଘାଟନୀ ସଂଗୀତ ଭବିଷ୍ୟତରେ ସାରା ବିଶ୍ୱରେ ଆୟୋଜିତ ହେବାକୁ ଥିବା ବିଭିନ୍ନ ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ପରିବେଷଣ କରାଯିବ। ସେ ଗ୍ରାମୀ ପୁରସ୍କାର ବିଜେତା କଳାକାର ରିକି କେଜ ଏବଂ ତାଙ୍କ ଦଳକୁ ଏଭଳି ଚମତ୍କାର ଉପସ୍ଥାପନା ପାଇଁ ପ୍ରଶଂସା କରିଛନ୍ତି। ଏହି ଗୀତରେ ପ୍ରବାସୀ ଭାରତୀୟଙ୍କ ଭାବନା ଏବଂ ଅନୁଭୂତି ରହିଥିବା ସେ କହିଛନ୍ତି। ମୁଖ୍ୟ ଅତିଥି ତ୍ରିନିଦାଦ ଓ ଟୋବାଗୋର ରାଷ୍ଟ୍ରପତି ମହମହିମ କ୍ରିଷ୍ଟିନ କାର୍ଲା କାଙ୍ଗାଲୁଙ୍କୁ ତାଙ୍କର ସ୍ନେହପୂର୍ଣ୍ଣ ଏବଂ ଉଦାର ଭିଡିଓ ବାର୍ତ୍ତା ପାଇଁ ଧନ୍ୟବାଦ ଜଣାଇ…

Read More