Author: Anasuya Das

 ୨୩୯ ରେଡିଓଗ୍ରାଫର ଓ  ୫୨ ଅଧ୍ୟାପକ ବି ନିଯୁକ୍ତ ୫ବର୍ଷରେ ସବୁ ଜିଲ୍ଲାରେ ମେଡ଼ିକାଲ କଲେଜ ଓ ହସ୍ପିଟାଲ ରାଜ୍ୟ ସରକାରଙ୍କ ଦ୍ୱରା ଆୟୋଜିତ ନିଯୁକ୍ତି ମେଳାରେ ୩୭୬ ଜଣଙ୍କୁ ମିଳିଛି ନିଯୁକ୍ତି। ଏଥିରେ ସ୍ୱାସ୍ଥ୍ୟ ବିଭାଗର ୮୫ ଜଣ ହୋମିଓପାଥିକ ଡାକ୍ତର ଓ ୨୩୯ ଜଣ ରେଡିଓଗ୍ରାଫର ଥିବା ବେଳେ ଉଚ୍ଚ ଶିକ୍ଷା ବିଭାଗର ୫୨ ଜଣ ଅଧ୍ୟାପକ ଅଛନ୍ତି।  ଏହି ଅବସରରେ ଲୋକସେବା ଭବନ ସ୍ଥିତ କନ୍‌ଭେନ୍‌ସନ ସେଣ୍ଟରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବ ନିଯୁକ୍ତ ଡାକ୍ତର, ଅଧ୍ୟାପକ ଓ ରେଡିଓଗ୍ରାଫର ମାନଙ୍କୁ ଅଭିନନ୍ଦନ ଜଣାଇବା ସହ ବୃତ୍ତିଗତ ଦକ୍ଷତା ଓ ସେବା ମନୋବୃତ୍ତି ନେଇ କାମ କରିବାକୁ ପରାମର୍ଶ ଦେଇଛନ୍ତି। ସରକାରୀ ଚାକିରିକୁ ଅର୍ଥ ଉପାର୍ଜନ ସର୍ବସ୍ୱ ନକରି ନିଜ ନିଜର କର୍ତ୍ତବ୍ୟ ପ୍ରତି ଅନୁରକ୍ତ ରହିବାକୁ ଓ ଦୁର୍ନୀତିକୁ ପ୍ରଶୟ ନଦେବାକୁ ସେ ପରାମର୍ଶ ଦେଇଥିଲେ। ସେ କହିଥିଲେ ଯେ,…

Read More