Author: Anasuya Das

ନିଯୁକ୍ତି ପାଇବେ ୫ହଜାର ଗୃହରକ୍ଷୀ ବଢିବ ଦୈନିକ ଭତ୍ତା କମିଶନରେଟ ପୁଲିସକୁ ମିଳିଲା ୩୦ ଜରୁରୀକାଳୀନ ପ୍ରଶମନ ସହାୟତା ଯାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଟକ-ଭୁବନେଶ୍ୱର କମିଶନରେଟ ପୁଲିସସ ପାଇଁ ‘Emergency Response Support System(ERSS)’ ଯୋଜନାରେ  ୩୦ଟି ଜରୁରୀକାଳୀନ ପ୍ରଶମନ ସହାୟତା ଯାନର ଲୋକାର୍ପଣ କରିଛନ୍ତି। ERSS ଯୋଜନା ହେଉଛି ଏକ କେନ୍ଦ୍ର ସରକାରଙ୍କ ଯୋଜନା। ଦିଲ୍ଲୀର ନିର୍ଭୟାକାଣ୍ଡ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୯ ମସିହାରେ ଜରୁରୀକାଳୀନ ପରିସ୍ଥିତିରେ ପୁଲିସର ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ଏହି ଯୋଜନା ଆରମ୍ଭ କରିଥିଲେ। ପୁଲିସ କମିଶନରେଟ କାର୍ଯ୍ୟାଳୟ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି ୩୦ଟି ନୂଆ ଯାନ ପୁଲିସଙ୍କ କାର୍ଯ୍ୟ ଦକ୍ଷତାକୁ ସୁଦୃଢ କରିବ। ଏଗୁଡିକ ସାଧାରଣ ଗାଡି ନୁହେଁ। ଏଗୁଡିକ ହେଉଛି ଗୋଟିଏ ଗୋଟିଏ ସୁରକ୍ଷା ରଥ। ଏଗୁଡିକ ହେଉଛି ନ୍ୟାୟର, ଶୃଙ୍ଖଳାର, ଭୟମୁକ୍ତ ବାତାବରଣର ଓ ଅପରାଧମୁକ୍ତ ସମାଜର…

Read More