Author: Anasuya Das

ବିଶ୍ୱଦରବାରେ ଓଡ଼ିଶାର ସୁନାମ ଆଣିବ ସହରର ସ୍ୱଚ୍ଛତା ଉପରେ ଗୁରୁତ୍ୱାରୋପ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ପ୍ରବାସୀ ଭାରତୀୟ ଦିବସ ପ୍ରସ୍ତୁତି ସମୀକ୍ଷା କରିଛନ୍ତି। ସମୀକ୍ଷାରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୨୦୦୩ ମସିହାରୁ ଆରମ୍ଭ ହୋଇଥିବା ଏହି ପ୍ରବାସୀ ଭାରତୀୟ ଦିବସ ପ୍ରଥମ ଥର ପାଇଁ ଓଡିଶାରେ ଅନୁଷ୍ଠିତ ହେଉଛି। ବିଶ୍ୱ ଦରବାରରେ ଓଡିଶାକୁ  ପ୍ରତିଷ୍ଠିତ କରିବା ପାଇଁ  ଏହା ଏକ ସୁବର୍ଣ୍ଣ ସୁଯୋଗ।  ପ୍ରଧାନମନ୍ତ୍ରୀ ମଧ୍ୟ ଏହି କାର୍ଯ୍ୟକ୍ରମ ଉପରେ ଅତ୍ୟନ୍ତ ଗୁରୁତ୍ୱ ଆରୋପ କରୁଛନ୍ତି। ତେଣୁ ଏହାକୁ ଅତ୍ୟନ୍ତ ଆକର୍ଷଣୀୟ ଓ ତ୍ରୁଟିଶୂନ୍ୟ ଭାବେ ଆୟୋଜିତ କରି ସମଗ୍ର ବିଶ୍ୱ ଦରବାରରେ ଓଡିଶାର ଭାବମୂର୍ତ୍ତିକୁ ଉଜ୍ଜଳ କରିବା ପାଇଁ ସେ ପରାମର୍ଶ ଦେଇଥିଲେ । ବିଶେଷକରି ସହରର ସ୍ୱଚ୍ଛତା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଥିଲେ । ଭୁବନେଶ୍ବରର ସ୍ୱଚ୍ଛତା ଅନ୍ତର୍ଜାତୀୟସ୍ତରର ହେବା ଆବଶ୍ୟକ ବୋଲି ସେ କହିଥିଲେ । ଏଥିପାଇଁ ଭୁବନେଶ୍ୱରରେ ସ୍ୱତନ୍ତ୍ର ସ୍ୱଚ୍ଛତା…

Read More