Author: Anasuya Das

ଏଥର ୪୦୦ ଷ୍ଟଲ୍  ଭାଗନେବେ ୨୦୦ ପ୍ରକାଶକ ଓ ପୁସ୍ତକ ବିକ୍ରେତା ଆସନ୍ତାକାଲିଠୁ ଭୁବନେଶ୍ୱରସ୍ଥିତ ୟୁନିଟ-୩ ପ୍ରଦର୍ଶନୀ ପଡ଼ିଆରେ ଆରମ୍ଭ ହେବ ଷଷ୍ଠ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ। ଏହା ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବ। ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ  ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବର ଆୟୋଜନ କରାଯିବ। ଚଳିତ ବର୍ଷ ପ୍ରାୟ ପୁସ୍ତକ ମେଳାରେ ୪୦୦ଟି ଷ୍ଟଲ୍‌ ସହିତ ପ୍ରାୟ ୨୦୦ ପ୍ରକାଶକ ଓ ପୁସ୍ତକ ବିକ୍ରେତା ଯୋଗଦେବେ। ଚଳିତବର୍ଷ ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବ, ଓଡ଼ିଶାରେ ବୁଦ୍ଧ ସ୍ମାରକୀ, ଭଗବାନ ବିର୍ସା ମୁଣ୍ଡା ଓ ଅନ୍ୟାନ୍ୟ ସ୍ୱାଧୀନତା ସଂଗ୍ରାମୀଙ୍କ ଜୀବନୀକୁ ଆଧାର କରାଯାଇ ତିନିଗୋଟି ଥିମ୍ ପାଭିଲିୟନ ନିର୍ମାଣ କରାଯିବା ପାଇଁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏଥିସହ ପୁସ୍ତକ ମେଳାର ମୁଖ୍ୟ ପ୍ରବେଶ ଦ୍ୱାରକୁ ଡକ୍ଟର ହରେକୃଷ୍ଣ…

Read More