Author: Anasuya Das

ବଡ଼ଦାଣ୍ଡରେ ଗଲେ ଚାଲି ଚାଲି ନୌ-ସେନା ଦିବସରେ ଦେବେ ଯୋଗ ପୁରୀ ବଡ଼ଦାଣ୍ଡରେ ପହଞ୍ଚିବା ପରେ ଆତ୍ମ ବିଭୋର ହୋଇ ପଡ଼ିଥିଲେ ଦେଶର ପ୍ରଥମ ନାଗରିକ। ଶ୍ରୀମନ୍ଦିର କାର୍ଯ୍ୟାଳୟ ନିକଟରୁ ଚାଲି ଚାଲି ଯାଇ କଳା ଠାକୁରଙ୍କୁ ଦର୍ଶନ କଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତାଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଓ ପୁରୀ ସାଂସଦ ସମ୍ବିତ ପାତ୍ର ମଧ୍ୟ ଚାଲି ଚାଲି ଯାଇ ଶ୍ରୀଜୀଉଙ୍କ ଆଶୀର୍ବାଦ ନେଇଛନ୍ତି। ରାଷ୍ଟ୍ରପତି ପାଞ୍ଚ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ବେଳେ ଆଜି ଦ୍ୱିତୀୟ ଦିନ। ଆଜି ସକାଳ ପ୍ରାୟ ୯ଟା ସମୟରେ ରାଜଭବନରୁ ପୁରୀ ଅଭିମୁଖେ ବାହାରିଥିଲେ ରାଷ୍ଟ୍ରପତି। ଭୁବନେଶ୍ୱର ବିମାନବନ୍ଦରରୁ ବାୟୁ ସେନାର ସ୍ୱତନ୍ତ୍ର ବିମାନରେ ପ୍ରାୟ ୧୦ଟା ସମୟରେ ପୁରୀରେ ଅବତରଣ କରିଥିଲେ ରାଷ୍ଟ୍ରପତି। ସେଠାରେ ତାଙ୍କୁ ସ୍ୱାଗତ କରାଯାଇଥିଲା। ଏହାପରେ ସେଠାରୁ ସେ କଡ଼ା ସୁରକ୍ଷା ବଳୟରେ ସେ ଶ୍ରୀମନ୍ଦିର ଅଭିମୁଖେ ବାହାରିଥିଲେ।…

Read More