Author: TRUPTIMAYEE SAHOO

ଏପ୍ରିଲ ୧ରୁ ଆରମ୍ଭ ନୂଆ ସୁଭଦ୍ରା ପଞ୍ଜୀକରଣ । ସୁଭଦ୍ରା ଯୋଜନାରେ ନୂଆ ଆବେଦନ ପାଇଁ ଆଜି ତାରିଖ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଆସନ୍ତା ଏପ୍ରିଲ ୧ ତାରିଖଠାରୁ ‘ସୁଭଦ୍ରା ପୋର୍ଟାଲ’ ମାଧ୍ୟମରେ ନୂତନ ଆବେଦନ ଗ୍ରହଣ କରାଯିବ। ଏହି ପ୍ରକ୍ରିୟା ଏପ୍ରିଲ ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ। ବୟସ ସୀମା ୨୦୨୬ ଏପ୍ରିଲ ୧ ତାରିଖ ସୁଦ୍ଧା ଆବେଦନକାରୀଙ୍କ ବୟସ ୨୧ ବର୍ଷରୁ ୬୦ ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ। ଆର୍ଥିକ ସହାୟତା ଯୋଗ୍ୟ ବିବେଚିତ ହିତାଧିକାରୀମାନେ ୨୦୨୬-୨୭ ଆର୍ଥିକ ବର୍ଷରୁ ଯୋଜନାର ଅବଧି ଶେଷ ପର୍ଯ୍ୟନ୍ତ ବାର୍ଷିକ ଦୁଇଟି କିସ୍ତିରେ ମୋଟ ୧୦,୦୦୦ ଟଙ୍କାର ସହାୟତା ରାଶି ପାଇବେ। କେଉଁମାନେ ଆବେଦନ କରିପାରିବେ ଯେଉଁ ମହିଳାମାନେ ପୂର୍ବରୁ ସୁଭଦ୍ରା ଯୋଜନା ପାଇଁ ଆବେଦନ କରିନାହାନ୍ତି, କେବଳ ସେହିମାନେ ହିଁ ଏହି ସମୟସୀମା ମଧ୍ୟରେ ନୂତନ ଭାବେ ଆବେଦନ କରିପାରିବେ। ପୂର୍ବରୁ ଆବେଦନ କରିଥିବା ମହିଳାଙ୍କ ଆବେଦନ ଗ୍ରହଣୀୟ…

Read More