Author: Sarasinee Subudhi

ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ୨୫ରୁ ୨୮ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୪୮ ଘଣ୍ଟାରେ ଏହା ଘନୀଭୂତ ହେବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ପ୍ରାୟ ସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବ। ଏଥିସହିତ ୩୦ରୁ ୪୦ କିମି ବେଗରେ ପବନ ବହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ପରାମର୍ଶ ଦିଆଯିବା ସହ ଅରେଞ୍ଜ ଓ ୟେଲୋ ଓ୍ବାର୍ନିଂ ଥିବା ଜିଲ୍ଲା ପ୍ରଶାସନକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଆଜି ଓଡ଼ିଶାରେ ବର୍ଷା ପରିମାଣ ବଢ଼ିବ। ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ୨୭ ତାରିଖରେ ସାରା ରାଜ୍ୟକୁ ୟେଲୋ ଆଲର୍ଟ ଜାରି ହୋଇଥିବାବେଳେ ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟରେ ଅତିପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ତେବେ…

Read More