Author: Sarasinee Subudhi

ରାଜ୍ୟରେ ଏବେ ସକ୍ରିୟ ରହିଛି ମୌସୁମୀ ଏହାସହ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଦେଇ ଆଗକୁ ବଢ଼ୁଛି। ଏହାର ପ୍ରଭାବରେ ଆସନ୍ତା ୨୬ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହେବା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରି ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର । ଆସନ୍ତାକାଲି ଅର୍ଥାତ୍ ଅଗଷ୍ଟ ୨୨ ତାରିଖରେ ରାଜ୍ୟର ପ୍ରାୟ ସବୁ ଅଞ୍ଚଳରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଲର୍ଟ ଜାରି ହୋଇଥିବା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ ୩୦-୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ୨୨ ତାରିଖରେ ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, କଟକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ନୟାଗଡ଼,…

Read More