Author: Sarasinee Subudhi

ଓଡ଼ିଶା ବିଧାନସଭା ମୌସୁମୀ ଅଧିବେଶନ ଆସନ୍ତା ସେପ୍ଟେମ୍ବର ୧୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏହି ଅଧିବେଶନ ମାତ୍ର ୭ ଦିନ ଅର୍ଥାତ ସେପ୍ଟେମ୍ବର ୨୫ ତାରିଖ ପର୍ଯ୍ୟନ୍ତ ଚାଲିବ, ତେବେ ଏହି ସପ୍ତାହବ୍ୟାପୀ ଅଧିବେଶନରେ ଅନେକ ଜ୍ୱଳନ୍ତ ଏବଂ ସମ୍ବେଦନଶୀଳ ପ୍ରସଙ୍ଗକୁ ନେଇ ଝଡ଼ ସୃଷ୍ଟି ହୋଇପାରେ ବୋଲି କୁହାଯାଉଛି। ଏହି ଅଧିବେଶନରେ ୭ଟି କାର୍ଯ୍ୟଦିବସ ରହିବ । ଗୋଟିଏ ଦିନ ପ୍ରାଇଭେଟ ମେମ୍ବର ବିଲ୍ ଏବଂ ଗୋଟିଏ ଦିନ ନୋ ଅଫିସ ଡେ ରହିଛି । ତେବେ ମୌସୁମୀ ଅଧିବେଶନରେ ବିଭିନ୍ନ ପ୍ରସଙ୍ଗ ନେଇ ବିରୋଧୀ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହେଉଛନ୍ତି। ବିରୋଧୀ ବିଜୁ ଜନତା ଦଳ (ବିଜେଡି) ଏବଂ କଂଗ୍ରେସ ଏଫଏମ କଲେଜ ଛାତ୍ରୀଙ୍କ ମୃତ୍ୟୁ, ବଲାଙ୍ଗୀର ଛାତ୍ରୀ ପୋଡ଼ି ମାମଲା, ଗୋପାଳପୁର ଗଣଦୁଷ୍କର୍ମ ଘଟଣା ଏବଂ ଛତିଶଗଡ଼ ସହିତ ମହାନଦୀ ଜଳ ବିବାଦ ସମେତ ବହୁବିଧ ପ୍ରସଙ୍ଗରେ ଭାରତୀୟ ଜନତା ପାର୍ଟି ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ…

Read More