Author: Sarasinee Subudhi

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଲୋକସେବା ଭବନରେ ‘ଏମଏଲଏ ଲ୍ୟାଡ୍’ ଓ୍ବେବ ପୋର୍ଟାଲର ଶୁଭାରମ୍ଭ କରିଛନ୍ତି। ଏହା ସହିତ ସିଏମଏସଏର ସରଳୀକୃତ ଗାଇଡଲାଇନ ମଧ୍ୟ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ବୁଧବାର କ୍ୟାନେଟ୍ ବୈଠକ ଆରମ୍ଭ ହେବା ପୂର୍ବରୁ ସମସ୍ତଙ୍କ ଉପସ୍ଥିତିରେ ଉନ୍ନୋଚିତ ହୋଇଛି ‘ଏମଏଲଏ ଲ୍ୟାଡ୍’ ଓ୍ବେବ ପୋର୍ଟାଲ । ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶରେ ‘ବିଧାୟକ ଆଞ୍ଚଳିକ ଉନ୍ନୟନ ପାଣ୍ଠି ବା ଏମଏଲଏ ଲ୍ୟାଡ୍’ ନିର୍ଦ୍ଦେଶାବଳୀର ସରଳୀକରଣ କରାଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, “ଏହି ନୂତନ ନିର୍ଦ୍ଦେଶାବଳୀ ପ୍ରଶାସନିକ ପ୍ରକ୍ରିୟାକୁ ସରଳ କରିବ ଏବଂ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନାଗୁଡ଼ିକୁ ଶୀଘ୍ର ଏବଂ ସ୍ୱଚ୍ଛ ଭାବରେ କାର୍ଯ୍ୟକାରୀ କରିବାରେ ସାହାଯ୍ୟ କରିବ” । ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, ଏହି ନୂତନ ନିର୍ଦ୍ଦେଶାବଳୀ ପ୍ରଶାସନିକ ପ୍ରକ୍ରିୟାରେ ସରଳତା ଆଣିବା ସହିତ ଜନସାଧାରଣଙ୍କ ପାଇଁ ଅତି ଆବଶ୍ୟକ ଓ ଛୋଟ ଛୋଟ ମୌଳିକ ଭିତ୍ତିଭୂମି…

Read More