Author: Sarasinee Subudhi

କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଅଗଷ୍ଟ ୧୩ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ପରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇପାରେ। ଏହାର ପ୍ରଭାବରେ ରାଜ୍ୟରେ ୩ ଦିନ ଧରି ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ପାଇଁ ୨ ଜିଲ୍ଲା କୋରାପୁଟ ଓ ମାଲକାନଗିରିକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିପରି ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଉଇଁ ୬ ଜିଲ୍ଲା ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ପାଇଁ ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ବାଲେଶ୍ବର, ଢେଙ୍କାନାଳ,…

Read More