Author: Sarasinee Subudhi

ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ , ଆସିଛି ରଜ ଲୋ, ଘେନି ନୂଆ ସଜବାଜ’।  ଏହା ରାଜ୍ୟର ଏକ ପାରମ୍ପରିକ ପର୍ବ ହୋଇଥିବା ବେଳେ ଏହାକୁ ଚାରିଦିନ ଧରି ପାଳନ କରାଯାଇଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିନ ରଜ ସଂକ୍ରାନ୍ତି, ତୃତୀୟ ଦିନ ଭୂମି ଦହନ ଏବଂ ଚତୁର୍ଥ ତଥା ଅନ୍ତିମ ଦିନ ବସୁମତୀ ସ୍ନାନ ଭାବେ ପାଳନ ହୁଏ । ଏହିଦିନ ଝିଅମାନେ ରଜ ପର୍ବ ପାଇଁ ସଜବାଜ ହୁଅନ୍ତି । ଅନ୍ୟପକ୍ଷରେ ବିଶ୍ୱାସ କରାଯାଏ ଯେ, ରଜ ପର୍ବରେ ଠାକୁରାଣିଙ୍କର ଋତୁସ୍ରାବ ହୋଇଥାଏ । ତେଣୁ ରଜ ୩ ଦିନ ଝିଅମାନେ କାମ କରନ୍ତି ନାହିଁ । ସେହିପରି ପୃଥିବୀ ମାତା ବର୍ଷାର ଆଗମନରେ ରଜସ୍ୱଳା ହୁଏ ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରେ । ଏହି ଦିନରେ ଚାଷୀମାନେ ବସୁମତୀ ତଥା…

Read More