Author: Sarasinee Subudhi

ରାଜ୍ୟରେ ଆହୁରି ଦୁଇଦିନ ପ୍ରବଳ ବର୍ଷା। ଦକ୍ଷିଣ ବାଂଲାଦେଶ ଏବଂ ଏହାର ଆଖପାଖ ଅଞ୍ଚଳର ବାୟୁମଣ୍ଡଳ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି, ଯାହାର ପ୍ରଭାବରେ ରାଜ୍ୟରେ ଅନେକ ସ୍ଥାନରେ ବିଶେଷ କରି ଉତ୍ତର ଆଭ୍ୟନ୍ତରଣ, ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ଆକଳନ କରିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସହ ବଜ୍ରପାତ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସହ ବଜ୍ରପାତ ନେଇ ୫ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, କଳାହାଣ୍ଡି, ବଲାଙ୍ଗୀର ଓ ନୂଆପଡ଼ାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ସେହିପରି ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ଯାଜପୁର, କଟକ, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲା ପାଇଁ ୟେଲୋ…

Read More