Author: Sarasinee Subudhi

ସୃଷ୍ଟି ହୋଇଥିବା ଲଘୁଚାପ ପାଇଁ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ଭାରତୀୟ ପାଣିପାଗ ବିଭାଗ (IMD) ପୂର୍ବାନୁମାନ ଅନୁଯାୟୀ, ଉତ୍ତର ବଙ୍ଗୋପସାଗର ଉପରେ ଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ଘନୀଭୂତ ହେବାର ସମ୍ଭାବନା ରହିଛି। ଯାହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳ ଆଡକୁ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ଜୁଲାଇ ୩୦ ପର୍ଯ୍ୟନ୍ତ ଅନେକ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ବିଭିନ୍ନ ଜିଲ୍ଲା ପାଇଁ ଲାଲ, କମଳା ଏବଂ ହଳଦିଆ ସତର୍କତା ଜାରି କରିଛି। ଆଗାମୀ ୨୪ ଘଣ୍ଟା ପାଇଁ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲା ପାଇଁ…

Read More