Author: Sarasinee Subudhi

ଗୁଜୁରାଟରେ ବଡ଼ ଧରଣର ବିମାନ ଦୁର୍ଘଟଣା । ଟେକ୍‌-ଅଫ୍‌ ପରେ କ୍ରାସ୍ ହୋଇଗଲା ବିମାନ । ବିମାନରେ ୧୨ ଜଣ କ୍ରୁ ମେମ୍ବରଙ୍କ ସମେତ ମୋଟ ୨୪୨ ଯାତ୍ରୀ ଥିଲେ ବୋଲି ଜଣା ପଡିଛି। ବିମାନଟିରେ ୧୬୯ ଜଣ ଭାରତୀୟ, ୫୩ ଜଣ ବ୍ରିଟିଶ ନାଗରିକ, ୭ ଜଣ ପର୍ତ୍ତୁଗୀଜ ଏବଂ ଜଣେ କାନାଡିଆନ ଯାତ୍ରୀ ଥିଲେ। ଏଥିରେ ପୂର୍ବତନ ଗୁଜୁରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ ମଧ୍ୟ ଥିଲେ ବୋଲି କୁହାଯାଉଛି। ଅହମ୍ମଦାବାଦ ବିମାନ ବନ୍ଦର ନିକଟରେ ଏୟାର ଇଣ୍ଡିଆର ଏହି ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ବିମାନ ଅହମ୍ମଦାବାଦରୁ ଲଣ୍ଡନ ଯାଉଥିଲା । ବିମାନଟି ଅହମ୍ମଦାବାଦରୁ ଲଣ୍ଡନ ଅଭିମୁଖେ ଉଡ଼ାଣ ଭରୁଥିବା ବେଳେ ଉଡ଼ାଣର ଗୋଟିଏ ମିନିଟ୍ ପରେ ସିଗନାଲ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି।ଦୁର୍ଘଟଣାସ୍ଥଳରୁ ଭୟଙ୍କର କଳା ଧୂଆଁ ଉଠୁଥିବାର ଦେଖିବାକୁ ମିଳିଛି । ଦୁର୍ଘଟଣା ପରେ ବିମାନ ସମ୍ପୂର୍ଣ୍ଣ ଜଳିଯାଇଛି । ରେସ୍କ୍ୟୁ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି…

Read More