Author: Sarasinee Subudhi

ରାଜ୍ୟରେ ପରିବର୍ତ୍ତନ ହେବ ପାଗ, କମିବ ଖରା ବଢିବ ବର୍ଷା । ଆଗାମୀ ୨୪ଘଣ୍ଟାରେ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି । ଯାହାର ପ୍ରଭାବରେ ପରବର୍ତ୍ତୀ ୪୮ଘଣ୍ଟାରେ ଏହା ଲଘୁଚାପ କ୍ଷେତ୍ର ରୂପ ନେବ । ଲଘୁଚାପ ଏବଂ ଅବପାତ କାରଣରୁ ରାଜ୍ୟରେ ୨୩ ତାରିଖରୁ ବର୍ଷା ଆରମ୍ଭ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ୨୮ତାରିଖ ପର୍ଯ୍ୟନ୍ତ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଆଜି କୋରାପୁଟ ଓ ମାଲକାନଗିରି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। କଟକ ଓ ନୟାଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ, ଗଞ୍ଜାମ, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଖୋର୍ଦ୍ଧା…

Read More