Author: Sarasinee Subudhi

ପୁଣି ରାଜ୍ୟରେ ନିଆଁ ସହ ହେଲା ଖେଳ। ପେଟ୍ରୋଲ ଦିଆସିଲି ଜାଳିଲା ଆଉ ଗୋଟିଏ ଝିଅର ଶରୀର । ପୁରୀ ଜିଲ୍ଲା ନିମାପଡ଼ା ବଳଙ୍ଗା ବାଇଆ ବର ଗାଁରୁ ଆସିଲା ମହିଳା ନିର୍ଯାତନାର ଆଉ ଏକ ଛାତିଥରା ଘଟଣା ।  ନିମାପଡ଼ା ବଳଙ୍ଗା ବାଇଆ ବରର ଜଣେ ଯୁକ୍ତ-୨ ଛାତ୍ରୀଙ୍କୁ ନିଆଁ ଲଗାଇ ଜାଳି ଦେଇଛନ୍ତି ଦୁର୍ବୃତ୍ତ । ସାଇକେଲରେ ସାଙ୍ଗ ଘରକୁ ଯାଉଥିବା ସମୟରେ ବାଟରେ ୩ ଜଣ ଯୁବକ ନାବାଳିକାକୁ ଅଟକାଇ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଦେଇଥିବା ଜଣାପଡ଼ିଛି । ଗୁରୁତର ଅବସ୍ଥାରେ ନାବାଳିକା ପୀଡ଼ିତାଙ୍କୁ ଭୁବନେଶ୍ବର ଏମ୍ସ ସ୍ଥାନାନ୍ତର କରାଯାଇଛି । ଘଟଣା ସ୍ଥଳରେ ବଳଙ୍ଗା ପୋଲିସ ପହଞ୍ଚି ଛାନ ଭିନ୍‌ କରୁଛି। କିଏ ଏମିତି କଲା ଓ କାହିଁକି କଲା ତଦନ୍ତ କରୁଛି ପୁଲିସ । ବାଲେଶ୍ବର ଏଫ୍‌ଏମ୍‌ ଛାତ୍ରୀ ମୃତ୍ୟୁ ଘଟଣା ସାରା ରାଜ୍ୟରେ ହଇଚଇ ସୃଷ୍ଟି କରିଥିବାବେଳେ ଏବେ ନିମାପଡ଼ାର ଏ…

Read More