Author: Sarasinee Subudhi

ଆସନ୍ତା କାଲିଠାରୁ ରାଜ୍ୟରେ ପୁଣି ବଢିବ ବର୍ଷା। ଦକ୍ଷିଣ ଝାଡ଼ଖଣ୍ଡ ଏବଂ ଆଖପାଖ ପଡ଼ୋଶୀ ଅଞ୍ଚଳ ଉପରେ ଘୂର୍ଣ୍ଣିବଳୟ ରହିଛି । ଉତ୍ତର ଛତିଶଗଡ଼ ଏବଂ ଏହାର ଆଖପାଖ ଅଞ୍ଚଳରେ ଏହା ବ୍ୟାପିଛି । ଏହା ସହିତ ମୌସୁମୀ ବାୟୁ ଏବେ ଦକ୍ଷିଣ-ପୂର୍ବ ଦିଗରେ ଉତ୍ତର-ପୂର୍ବ ବଙ୍ଗୋପସାଗର ଆଡକୁ ଗତି କରୁଛି। ଯାହାର ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ଜାରି ରହିଛି । ଆଜି ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଥିବା ବେଳେ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଆସନ୍ତାକାଲି ଅର୍ଥାତ୍ ଜୁଲାଇ ୧୩ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ଜିଲ୍ଲା ଗୁଡ଼ିକ ହେଉଛି-: ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼,…

Read More