Author: Sarasinee Subudhi

ବାଲେଶ୍ଵର ଫକୀରମୋହନ କଲେଜ ପରିସରରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ । ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କଲେ ଛାତ୍ରୀ । କଲେଜ ଗେଟ୍ ଆଗରେ ନିଜକୁ ଜାଳିଦେଲେ ଛାତ୍ରୀ। କଲେଜ ଅଧ୍ୟାପକ ଦୁର୍ବ୍ୟବହାର କରୁଥିବା ନେଇ କଲେଜ ଅଧ୍ୟକ୍ଷଙ୍କୁ ଅଭିଯୋଗ କରିଥିଲେ । କିନ୍ତୁ ଅଭିଯୁକ୍ତ ଅଧ୍ୟାପକଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନହେବାରୁ ନିଜ ଜୀବନ ନେବାକୁ ଉଦ୍ୟମ କରିଛନ୍ତି ପୀଡିତା ଛାତ୍ରୀ ବୋଲି ଅଭିଯୋଗ ହେଉଛି । ଗୁରୁତର ଅବସ୍ଥାରେ ତାଙ୍କୁ ବାଲେଶ୍ୱର ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ସ୍ୱାସ୍ଥ୍ୟବସ୍ଥା ସଂକଟାପନ୍ନ ହେବାରୁ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ଅନ୍ୟପଟେ ଛାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଦୁଇ ଜଣ ଛାତ୍ର ଆହତ ହୋଇଛନ୍ତି । ସେମାନେ ବାଲେଶ୍ୱର ମେଡିକାଲ କଲେଜରେ ଚିକିତ୍ସିତ ହେଉଛନ୍ତି । ଆତ୍ମହତ୍ୟା ଉଦ୍ୟମ କରିଥିବା ଛାତ୍ରୀ ଜଣଙ୍କ ଇଣ୍ଟିଗ୍ରେଟେଡ ବିଇଡି ଦ୍ୱିତୀୟ ବର୍ଷର ଛାତ୍ରୀ ଥିଲେ ଗତ ୧୨ ଦିନ…

Read More