Author: Sarasinee Subudhi

ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା ପରେ ଅସ୍ଥାୟୀ ରତ୍ନଭଣ୍ଡାରରେ ରଖାଯାଇଥିବା ଶ୍ରୀଜୀଉଙ୍କର ଅଳଙ୍କାର ତଥା ମୂଲ୍ୟବାନ ସାମଗ୍ରୀ ଆସନ୍ତାକାଲି ସ୍ଥାୟୀ ରତ୍ନଭଣ୍ଡାରକୁ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଅନୁଯାୟୀ ସ୍ଥାନାନ୍ତର କରାଯିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।  ଏଥିପାଇଁ ସେପ୍ଟେମ୍ବର ୨୩ ତାରିଖରେ ସକାଳ ୧୦ଘଟିକା ଠାରୁ ସର୍ବସାଧାରଣ ଦର୍ଶନ ବନ୍ଦ ହେବା ସହ ଶ୍ରୀମନ୍ଦିର ନାଟମଣ୍ଡପ ଏବଂ ଜଗମୋହନ ଶୋଧ କରାଯିବ। ଶ୍ରୀମନ୍ଦିର ମୁଖ୍ୟ ଦେଉଳ ତଥା ଝୁଲଣ ମଣ୍ଡପ ପରିସରକୁ ଭକ୍ତଙ୍କ ପ୍ରବେଶ ବାରଣ ରହିବ। ଏହି ସ୍ଥାନାନ୍ତରଣ ସମୟରେ ରତ୍ନଭଣ୍ଡାର ସବ କମିଟିର ସମସ୍ତ ୯ ସଦସ୍ୟଙ୍କ ସହ ପୂର୍ବରୁ ରାଜ୍ୟ ସରକାର କରିଥିବା ରତ୍ନଭଣ୍ଡାର ତଦାରଖ କମିଟିର ଦୁଇ ଜଣ ସଦସ୍ୟ ଉପସ୍ଥିତ ରହିବେ ।  ସ୍ଥାନାନ୍ତରଣ ସମୟରେ ମହାପ୍ରଭୁଙ୍କ ନୀତି କାନ୍ତିରେ କୌଣସି ପ୍ରଭାବ ପଡିବ ନାହିଁ। ତେବେ ସାଧାରଣ ଭକ୍ତଙ୍କ ପାଇଁ କଟକଣା ଜାରି ରହିବ।…

Read More