Author: Sarasinee Subudhi

ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ଼ ଘଟଣାରେ ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ଜାମିନ। ଖୋର୍ଦ୍ଧା ଜିଲ୍ଲା ଦୌରା ଜଜ୍‌ଙ୍କ କୋର୍ଟରୁ ମିଳିଲା ଜାମିନ। ୩୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ମୁଚାଲିକାରେ ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ଜାମିନ। ଉଲ୍ଲେଖ ଥାଉ କି ବିଏମ୍‌ସିର ଅତିରିକ୍ତ କମିସନରଙ୍କୁ ମାଡ଼ ଘଟଣା ନେଇ ଜଗନ୍ନାଥ ପ୍ରଧାନ ବିବାଦରେ ଫସିଥିଲେ। ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ସଂଘ ଜଗନ୍ନାଥ ପ୍ରଧାନଙ୍କ ଗିରଫ ଦାବିରେ ଆନ୍ଦୋଳନକୁ ଓହ୍ଲାଇଥିଲା । ତେବେ ବିବାଦ ଘନେଇବାରୁ କମିଶନରଙ୍କୁ ମାଡ଼ ଘଟଣାରେ ଗତ ଗୁରୁବାର ଡିସିପି ଅଫିସରେ ଆତ୍ମସମର୍ପଣ ପରେ ଜଗନ୍ନାଥ ପ୍ରଧାନଙ୍କୁ ଗିରଫ କରାଯାଇଥିଲା। ଏହାପରେ ତାଙ୍କୁ କୋର୍ଟରୁ ଜାମିନ ନମିଳିବାରୁ ଝାରପଡ଼ା ବିଚାର ବିଭାଗୀୟ ହାଜତକୁ ପଠାଇଦିଆଯାଇଥିଲା । ଆକ୍ରମଣ ପାଇଁ ଷଡ୍‌ଯନ୍ତ୍ର ଅଭିଯୋଗରେ ପୁଲିସ ତାଙ୍କୁ ଗିରଫ କରିଥିଲା । ତାଙ୍କ ନାମରେ ଭାରତୀୟ ନ୍ୟାୟ ସଂହିତାର ୧୨୧(୧), ୧୨୧(୨), ୧୩୨, ୧୮୯(୨), ୧୯୦,…

Read More