Author: Sarasinee Subudhi

ଗାଙ୍ଗୀୟ-ପଶ୍ଚିମବଙ୍ଗ ଉପତ୍ୟକା ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୨ ରୁ ୩ ଦିନ ଯାଏଁ ଏହା ଝାଡ଼ଖଣ୍ଡ ଏବଂ ଉତ୍ତର ଛତିଶଗଡ ମଧ୍ୟ ଦେଇ ଗତି କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜି ଉତ୍ତର ଏବଂ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଜୁଲାଇ ୧୨ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରଯାଇଛି। ଆଇଏମଡି ଅନେକ ଜିଲ୍ଲା ପାଇଁ ରେଡ଼୍, ଅରେଞ୍ଜ ଏବଂ ଏଲୋ ୱାର୍ଣ୍ଣିଂ ଜାରି କରିଛି, ଆଗାମୀ ଦୁଇ ଦିନ ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ଏବଂ ଝଡ଼ ପବନର ସତର୍କତା ଜାରି କରଯାଇଛି। ଏହା ପ୍ରଭାବରେ ସୋମବାର ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥି ପାଇଁ କେନ୍ଦୁଝର, ଅନୁଗୁଳ,…

Read More