Author: Sarasinee Subudhi

ପୁଣି ଆସୁଛି ଦୁଇଟି ଲଘୁଚାପ । ପୂର୍ବ ଓ ପଶ୍ଚିମ ଭାଗରେ ପୁଣି ଲଘୁଚାପ ସମ୍ଭାବନା । ଉଭୟ ବଙ୍ଗୋପସାଗର ଓ ଆରବସାଗରରେ ଲଘୁଚାପ ହେବା ସମ୍ଭାବନା ରହିଛି । ସୌରାଷ୍ଟ୍ର ଏବଂ କଚ୍ଛର ଦକ୍ଷିଣ ଭାଗ ଏବଂ ପାର୍ଶ୍ବବର୍ତ୍ତୀ ଉତ୍ତରପୂର୍ବ ଆରବ ସାଗର ବାୟୁମଣ୍ଡଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି ଯାହାଫଳରେ ଜୁନ୍ ୩୦ ଓ ଜୁଲାଇ ୧ ତାରିଖରେ ଭୀଷଣ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହାସହ ଆସନ୍ତା ସପ୍ତାହକ ଯାଏଁ ପ୍ରବଳ ବର୍ଷା ହୋଇପାରେ । ଜୁଲାଇ ୩ ତାରିଖ ଯାଏଁ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଜି ୧୬ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା…

Read More