ରାଜ୍ୟର ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀ ମାନଙ୍କ ଗ୍ରାଚ୍ୟୁଇଟି ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ରାଜ୍ୟର ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ସରକାରୀ ଅନୁଦାନ ପ୍ରାପ୍ତ ଶିକ୍ଷକ ଓ ଅଣ ଶିକ୍ଷକ କର୍ମଚାରୀମାନଙ୍କ ମୃତ୍ୟୁ ଓ ଅବସରକାଳୀନ ଗ୍ରାଚ୍ୟୁଇଟି ୫ ଲକ୍ଷରୁ ୭.୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି।
ପୂର୍ବରୁ ବିଭିନ୍ନ ଶିକ୍ଷକ ସଂଘମାନେ ରାଜ୍ୟ ସରକାରଙ୍କୁ ଏନେଇ ଅନୁରୋଧ କରିଆସୁଥିଲେ। ଯାହାକୁ କ୍ୟାବିନେଟ ବୈଠକରେ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି। ରାଜ୍ୟର ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀ ମାନଙ୍କ ଗ୍ରାଚୁଇଟି ବୃଦ୍ଧି କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ।
ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ରାଜ୍ୟର ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ସରକାରୀ ଅନୁଦାନପ୍ରାପ୍ତ ଶିକ୍ଷକ ଓ ଅଣ ଶିକ୍ଷକ କର୍ମଚାରୀ ଗ୍ରାଚ୍ୟୁଇଟି ରାଶି ପାଇବେ।
ଓଡିଶା ଆସିବେ ନୂଆ ରାଜ୍ୟପାଳ, ଶୁକ୍ରବାର ଅନୁଷ୍ଠିତ ହେବ ଶପଥ ଗ୍ରହଣ ଉତ୍ସବ