ଆଜି ଶେଷ ହୋଇବ ପ୍ରବାସୀ ଭାରତୀୟ ସମ୍ମେଳନ । ଗତ ୮ ତାରିଖ ଠାରୁ ଆରମ୍ଭ ହୋଇଥିବା ଏହି ଭବ୍ୟ ସମାରୋହରେ ଦେଢ଼ଶହରୁ ଊର୍ଦ୍ଧ୍ବ ରାଷ୍ଟ୍ରରୁ ପ୍ରାୟ ୭୦୦୦ ପ୍ରବାସୀ ଭାରତୀୟମାନେ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ରାଜ୍ୟପାଳ ହରିବାବୁ କମ୍ଭମପତି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ, ଅଶ୍ଵିନୀ ବୈଷ୍ଣବ, ଓଡ଼ିଶାର ସାଂସଦ, ବିଧାୟକ ପ୍ରମୁଖ ଯୋଗ ଦେଇଥିଲେ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ସମାରୋହକୁ ଗତକାଲି ଉଦ୍ଘାଟନ କରିଥିଲେ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ପ୍ରବାସୀ ମେଳାରେ ଯୋଗ ଦେଇଛନ୍ତି ୨୪ଟି ଦେଶର ୨୭ ଜଣଙ୍କୁ ପ୍ରବାସୀ ଭାରତୀୟ ସମ୍ମାନିତ କରିଛନ୍ତି । ଏହି ସମ୍ମେଳନ ସରିବା ପରେ ସାଧାରଣ ଲୋକଙ୍କ ପାଇଁ ପ୍ରଦର୍ଶନ ଆଗାମୀ ୧୨ ତାରିଖ ପର୍ଯ୍ୟନ୍ତ ଖୋଲା ରଖାଯାଇଛି । ସାଧାରଣ ଲୋକ ଆସି ବୁଲିପାରିବେ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ।
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଣମାଧ୍ୟମକୁ ଏହି ସୂଚନା ପ୍ରଦାନ କରିଛନ୍ତି। ବିଭିନ୍ନ ଗ୍ୟାଲେରୀର ଷ୍ଟଲ ବୁଲି ଦେଖି ପାରିବେ ସାଧାରଣ ଲୋକ । ଶୁକ୍ରବାର ସନ୍ଧ୍ୟା ଠାରୁ ୧୨ ତାରିଖ ସନ୍ଧ୍ୟା ପର୍ଯ୍ୟନ୍ତ ବୁଲି ଦେଖିପାରିବେ ସାଧାରଣ ଲୋକ ।
ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମର ପ୍ରଦର୍ଶନୀକୁ ଦୁଇରୁ ତିନି ଦିନ ଯାଏଁ ଲୋକଙ୍କ ପାଇଁ ବଢାଇବାକୁ ପ୍ରସ୍ତାବ ଦେଇଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କେନ୍ଦ୍ରମନ୍ତ୍ରୀ କହିଛନ୍ତି ଏଭଳି ପ୍ରଦର୍ଶନ ଓଡ଼ିଶାର କଳା ସଂସ୍କୃତି, ପରମ୍ପରା ସବୁକୁ ଗୋଟିଏ ବାସ୍କେଟ୍ରେ ବିଶ୍ୱ ଆଗରେ ରଖାଯାଇଛି ।
ପ୍ରସିଦ୍ଧ ବୌଦ୍ଧ ପୀଠ ଉଦୟଗିରିରେ ହେବ ବିରାଟ ସମାରୋହ, ଯୋଗଦେବେ ୧୫ ଶହ ବୌଦ୍ଧ ଧର୍ମାବଲମ୍ବୀ