ଉପରାଷ୍ଟ୍ରପତି ଭାବେ ଆଜି ଜଗଦୀପ ଧନଖଡ଼ ତାଙ୍କ ପଦରୁ ଇସ୍ତଫା ଦେବା ପରେ ରାଜନୀତି ଚଳଚଞ୍ଚଳ ହୋଇଉଠିଛି । ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେବାର ପ୍ରଥମ ଦିନରେ ଧନଖଡ଼ଙ୍କ ଇସ୍ତଫା ଅନେକଙ୍କୁ ଚକିତ କରିଛି । ପରବର୍ତୀ ଉପରାଷ୍ଟ୍ରପତି କିଏ ହେବେ ତାହାକୁ ନେଇ ଚର୍ଚ୍ଚା ମଧ୍ୟ ଆରମ୍ଭ ହୋଇଯାଇଛି । ତେବେ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେବାରେ ଧନଖଡ଼ ପ୍ରଥମ ବ୍ୟକ୍ତି ନୁହଁନ୍ତି, ତାଙ୍କ ପୂର୍ବରୁ ଦୁଇ ଜଣ ଉପରାଷ୍ଟ୍ରପତି ସେମାନଙ୍କ କାର୍ଯ୍ୟକାଳ ଶେଷହେବା ପୂର୍ବରୁ ଓହରିଛନ୍ତି । ସେମାନେ ହେଲେ ଭି ଭି ଗିରି ଏବଂ ଆର୍ ଭେଙ୍କଟରମଣ । ୧୯୬୭ ମସିହାରେ ଭି ଭି ଗିରି ଉପରାଷ୍ଟ୍ରପତି ହୋଇଥିଲେ ଏବଂ ୧୯୬୯ ମସିହା ଜୁଲାଇ ୨୦ରେ ସେ ଏହି ପଦରୁ ଇସ୍ତଫା ଦେଇଥିଲେ ।

୧୯୬୯ ମେ ମାସରେ ତତ୍କାଳୀନ ରାଷ୍ଟ୍ରପତି ଜାକିର ହୁସେନଙ୍କ ପରଲୋକ ହୋଇଥିଲା । ରାଷ୍ଟ୍ରପତି ପ୍ରାର୍ଥୀ ହେବା ପାଇଁ ଶ୍ରୀ ଗିରିଙ୍କୁ ଉପରାଷ୍ଟ୍ରପତି ପଦରୁ ଓହରିବାକୁ ପଡ଼ିଥିଲା । ପୂର୍ବରୁ ଭି ଭି ଗିରି, ଆର୍ ଭେଙ୍କଟରମଣ ଓହରିଥିଲେ ଇନ୍ଦିରା ଗାନ୍ଧୀଙ୍କ ଦୃଢ଼ ସମର୍ଥନ କାରଣରୁ ୧୯୬୯ ଅଗଷ୍ଟ ୨୦ରେ ସେ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିଲେ । ସେହିଭଳି ରାମସ୍ଵାମୀ ଭେଙ୍କଟରମଣ ରାଷ୍ଟ୍ରପତି ହେବା ପାଇଁ ଉପରାଷ୍ଟ୍ରପତି ପଦରୁ ୧୯୮୭ ମସିହାରେ ଇସ୍ତଫା ଦେଇଥିଲେ ।
ALSO READ https://purvapaksa.com/discussion-about-rakul-preet-in-ramayan/
Discussion about Rakul Preet in Ramayan ।। ରାମାୟଣରେ ରାକୁଲ ପ୍ରୀତଙ୍କୁ ନେଇ ଚର୍ଚ୍ଚା


