Weather Forecast: ରାଜ୍ୟବାସୀଙ୍କୁ ମିଳିଲା ତାତିରୁ ଆଶ୍ଵସ୍ତି । ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ତେବେ ଆସନ୍ତାକାଲିଠୁ ୪ ଦିନ ଯାଏଁ ରାଜ୍ୟରେ କାଳବୈଶାଖୀ ସମ୍ଭାବନା ।
ବିଶେଷ ପ୍ରଭାବିତ ହେବ ଉପକୂଳ, ଉତ୍ତର ଓ ଦକ୍ଷିଣ ଓଡ଼ିଶା । ଝଡ଼ବର୍ଷା ନେଇ ଆସନ୍ତାକାଲି ପାଇଁ ୧୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କଲା ପାଣିପାଗ କେନ୍ଦ୍ର । ବିଭିନ୍ନ ଜିଲ୍ଲାରେ ବର୍ଷା ପବନ ଜାରି ରହିଛି । ତେବେ ଆସନ୍ତାକାଲିଠୁ ୪ ଦିନ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ପବନ ହେବା ନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉପକୂଳ, ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ବର୍ଷା ହେବ । ଘଡ଼ଘଡ଼ି ବିଜୁଳି ସହିତ କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ଭଦ୍ରକ ଜିଲ୍ଲାର କେତେକ ସ୍ଥାନରେ ଅପରାହ୍ନ/ସନ୍ଧ୍ୟା ସମୟରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।
ୟେଲୋ ୱାର୍ଣ୍ଣିଂ: ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କଟକ,ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଅପରାହ୍ନ/ସନ୍ଧ୍ୟା ସମୟରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।
ଏନଇପି ୨୦୨୦ ଢାଞ୍ଚାରେ ଏପ୍ରିଲ ୧୬ରୁ ଆରମ୍ଭ ହେବ ଯୁକ୍ତ ୩ ନାମଲେଖା ପାଇଁ ଆବେଦନ