ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୮୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୭୯ ହଜାର ୪୭୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୭୨, ୬୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୯, ୨୦୦ ଟଙ୍କା ଥିଲା ।
ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୭୨,୮୫ ଟଙ୍କା ଓ ୭୯, ୪୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୭୩,୦୦୦ ଟଙ୍କା ଓ ୭୯, ୬୨୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୭୨,୮୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୯, ୪୭୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୭୨,୮୬୦ ଟଙ୍କା ଓ ୭୯, ୪୭୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୯୩,୫୦୦ ହଜାର ଟଙ୍କା ହୋଇଛି ।
ସାଧାରଣ ଲୋକ ଆସି ବୁଲିପାରିବେ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ : ଉପମୁଖ୍ୟମନ୍ତ୍ରୀ