Heat Wave In Odisha: ଆକାଶରୁ ବର୍ଷୁଛି ନିଆଁ । ଅସ୍ତବ୍ୟସ୍ତ ଜନଜୀବନ । ମାର୍ଚ୍ଚରେ ୪୦ ଟପିବ ତାପମାତ୍ରା । କିଛି ଦିନ ପାଗ ସାମାନ୍ୟ ଥଣ୍ଡା ରହିବା ପରେ ପରଦା ପୁଣି ଉପର ମୁହାଁ ହୋଇଛି। ଆଗାମୀ ୪ ଦିନ ମଧ୍ୟରେ ରାଜ୍ୟର ତାପମାତ୍ରା ଧୀରେ ଧୀରେ ୨ରୁ ୪ ଡିଗ୍ରୀ ବୃଦ୍ଧି ପାଇବ।
ଏହାସହ ଆସନ୍ତା ୧୩ ଓ ୧୪ ତାରିଖରେ ୬ଜିଲ୍ଲା ପାଇଁ ହିଟ ୱେଭ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଜି ରାଜ୍ୟର କିଛି ସ୍ଥାନରେ ତାପମାତ୍ରା ୪୧ ଡିଗ୍ରୀ ଛୁଇଁପାରେ। ଆସନ୍ତାକାଲି ପ୍ରାୟ ଅଧା ଓଡ଼ିଶାରେ ପାରଦ ୪୦ ଡିଗ୍ରୀ ଉପରକୁ ପାର କରିବା ସମ୍ଭାବନା ରହିଛି।
ଆଭ୍ୟନ୍ତରୀଣ ଓଡ଼ିଶାର ୬ ଜିଲ୍ଲା ପାଇଁ ସତର୍କତା ଜାରି ହୋଇଛି। ଏହି ଜିଲ୍ଲାଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ ଓ ବଲାଙ୍ଗିର। ଏହିସବୁ ଜିଲ୍ଲାବାସୀଙ୍କୁ ଗ୍ରୀଷ୍ଣ ପ୍ରବାହକୁ ଦୃଷ୍ଟିରେ ରଖି ସତର୍କତାମୂଳକ ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି।
ପୂର୍ବାହ୍ନ ୧୧ଟାରୁ ଅପରାହ୍ଣ ସାଢ଼େ ୩ଟା ଭିତରେ ଯେତେଦୂର ସମ୍ଭବ ଘରୁ ପଦାକୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି। ରାଜ୍ୟରେ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଶ୍ରମ ବିଭାଗ ପକ୍ଷରୁ ଦିନ ଗୋଟାଏ ପରେ ଶ୍ରମିକ ମାନେ କାମ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯିବ । ଏହାକୁ ନେଇ ତାପମାତ୍ରା ୩ରୁ ୫ ଡିଗ୍ରୀ ଯାଏ ବଢିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ALSO READ: https://purvapaksa.com/odisha-village-after-violent-clash-leaves-7-critical/