ବଙ୍ଗୋପସାଗରରେ ସୃଷ୍ଟିହୋଇଛି ଲଘୁଚାପ କ୍ଷେତ୍ର । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳରେ ଲଘୁଚାପ କ୍ଷେତ୍ର ଯୋଗୁଁ ୬ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଏହା ଆଗାମୀ ୨ଦିନ ଯାଏଁ ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଉତ୍ତର ଓଡିଶା, ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡ ମଧ୍ୟ ଦେଇ ଗତିକରିବାର ସମ୍ଭାବନା ରହିଛି । ପ୍ରଭାବର ଉପକୂଳ ଓ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଲଘୁଚାପ ପାଇଁ ଉତ୍ତର ଓଡିଶାରେ ପୁଣି ବନ୍ୟା ସ୍ଥିତି ଉପୁଜିପାରେ । ବୁଢ଼ାବଳଙ୍ଗ, ସୁବର୍ଣ୍ଣରେଖାରେ ପୁଣି ବନ୍ୟା ଆସିବାର ଆଶଙ୍କା ରହିଛି । ଆଜି ପାଇଁ ୪ ଜିଲ୍ଲାରେ ଅତ୍ୟନ୍ତ ବର୍ଷା ସମ୍ଭାବନା ଥିବାରୁ ରେଡ୍ ୱାର୍ଣ୍ଣିଂ ଜାରି କରଯାଇଛି।
ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ବାଲେଶ୍ବର। ସେହିପରି ୭ ଜିଲ୍ଲାକୁ ଅରେଞ୍ଜ୍ ଓ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆସନ୍ତାକାଲି ପାଇଁ ଅତିପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହି ଜିଲ୍ଲା ଗୁଡ଼ିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା । ଏହାସହ ପ୍ରବଳ ବର୍ଷା ନେଇ ବରଗଡ଼, ବଲାଙ୍ଗିର, ସୁବର୍ଣ୍ଣପୁର, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ, ଯାଜପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା ଓ ନବରଙ୍ଗପୁର ଭଳି ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ଯୋଗୁ ସୁବର୍ଣ୍ଣରେଖା ନଦୀ ବିପଦ ସଙ୍କେତ ପାର୍ କରିିଛି । ରାଜଘାଟରେ ବିପଦ ସଙ୍କେତ ଡେଇଁଛି ନଦୀର ଜଳସ୍ତର । ସେହିପରି ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ ଓ ଜଳକା ନଦୀର ଜଳସ୍ତର ବଢୁଥିବାବେଳେ ବାଲେଶ୍ବର ଓ ମୟୂରଭଞ୍ଜ ଜିଲ୍ଲାରେ ବଡ଼ ବନ୍ୟା ହେବାର ଆଶଙ୍କା ରହିଛି । ତେବେ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଆଜି ମୟୂରଭଞ୍ଜ ପ୍ରଶାସନ ଜିଲ୍ଲାର ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲଗୁଡ଼ିକୁ ବନ୍ଦ ଘୋଷଣା କରିଛି। ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ସୋମବାରଠାରୁ ଜିଲ୍ଲାର ସମସ୍ତ ଅଙ୍ଗନୱାଡି କେନ୍ଦ୍ର ମଧ୍ୟ ତିନି ଦିନ ପାଇଁ ବନ୍ଦ ରହିବ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି।
Also read https://purvapaksa.com/indians-in-space/
