ଆଜି ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସହିତ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି “ଉତ୍ତର ଆନ୍ଧ୍ର ପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳର ପଶ୍ଚିମ କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ଉପର ବାୟୁ ଘୂର୍ଣ୍ଣିବଳୟ ପ୍ରଭାବରେ, ସକାଳ ସେହି ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି”। ଆଗାମୀ ୨ ଦିନ ମଧ୍ୟରେ ଏହା ଦକ୍ଷିଣ ଓଡ଼ିଶା ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ର ପ୍ରଦେଶ ଏବଂ ଦକ୍ଷିଣ ଛତିଶଗଡ଼ରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ଅଛି।
ପାଣିପାଗ ସଂସ୍ଥା ସେପ୍ଟେମ୍ବର ୧୨ରେ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି। କୋରାପୁଟ ଏବଂ ମାଲକାନଗିରି ଜିଲ୍ଲା ପାଇଁ ଅରେଞ୍ଚ ୱାର୍ଣ୍ଣିଂ ଜାରି କରାଯାଇଛି। କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଗଞ୍ଜାମ, ଗଜପତି, ରାୟଗଡ଼ା ଏବଂ ନବରଙ୍ଗପୁରରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ। ସେହିପରି କଟକ, ଗଞ୍ଜାମ, ଝାରସୁଗୁଡ଼ା, କେନ୍ଦୁଝର, ଖୋର୍ଦ୍ଧା, କୋରାପୁଟ, ନୟାଗଡ଼ ଏବଂ ସମ୍ବଲପୁରର ଅନେକ ସ୍ଥାନରେ ବର୍ଷା ସହ ୩୦-୪୦ କିଲୋମିଟର ବେଗରେ ପବନ ବହିବା ନେଇ ସତର୍କ କରଯାଇଛି। ଏହସହ ଝଡ଼ବର୍ଷା/ବଜ୍ରପାତ ହୋଇପାରେ।
ଏହାସହ ସେପ୍ଟେମ୍ବର ୧୩ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଏବଂ କଳାହାଣ୍ଡି ଜିଲ୍ଲାରେ ଝଡ଼ବର୍ଷା/ବଜ୍ରପାତ ୱାର୍ଣ୍ଣିଂ ଜାରି କରଯାଇଛି ଏବଂ ୩୦-୪୦ କିଲୋମିଟର ବେଗରେ ପବନ ବହିବା ସହିତ ପ୍ରବଳ ବର୍ଷା ଜାରି ରହିପାରେ। ସେପ୍ଟେମ୍ବର ୧୨-୧୩ ମଧ୍ୟରେ ଦକ୍ଷିଣ ଓଡ଼ିଶା ଉପକୂଳ ଏବଂ ପଶ୍ଚିମ କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ୩୫-୪୫ କିଲୋମିଟର ବେଗରେ ପବନ ବହିବା ସହିତ ଝଡ଼ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସେହିପରି ସେପ୍ଟେମ୍ବର ୧୪ ତାରିଖ ପାଇଁ ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଦୁଇଟି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ଯେହେତୁ ସମୁଦ୍ର ସ୍ଥିତି ଅଶାନ୍ତ ରହିବ, ତେଣୁ ଏହି ସମୟ ମଧ୍ୟରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।
Also Read https://purvapaksa.com/us-attorney-seeks-black-box-data-of-air-india-ai171-crash/
