ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ । ଗୃହକୁ ସମ୍ବୋଧିତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ନିଜ ସମ୍ବୋଧନରେ କହିଲେ ଆପଣଙ୍କ ଗହଣରେ ଉପସ୍ଥିତ ରହି ବହୁତ ଆନନ୍ଦିତ । ପୂର୍ବରୁ ଅନେକ ରାଜ୍ୟର ବିଧାନସଭାକୁ ସମ୍ବୋଧିତ କରିଛି । କିନ୍ତୁ ଓଡ଼ିଶା ବିଧାନସଭାକୁ ସମ୍ବୋଧିତ କରିବା ନିଶ୍ଚିତ ନିଆରା । ଆଜି ମୁଁ ଯେଉଁଠି ଅଛି ତାହାର ଶ୍ରେୟ ଏହି ଗୃହର । ଏହି ଗୃହରୁ ମୋ ରାଜନୈତିକ କ୍ୟାରିୟର ଆରମ୍ଭ ହୋଇଛି । ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ନ ଥିଲେ ଏଠି ପହଞ୍ଚି ପାରିନଥାନ୍ତି । ଏହି ଗୃହରେ ବିଧାୟିକା ଭାବେ ପ୍ରଶ୍ନ ପଚାରିଛି । ଏହି ଗୃହରେ ମନ୍ତ୍ରୀ ଭାବେ ପ୍ରଶ୍ନର ଉତ୍ତର ଦେଇଛି । ଗ୍ୟାଲେରୀରେ ବସିଥିବା କିଛି ପୂର୍ବତନ ବିଧାୟକଙ୍କ ସହ କାମ କରିଛି । ଆଜି ମୁଁ ସେମାନଙ୍କୁ ପାଖରେ ପାଇ ଅବିଭୂତ । ଏହି କଳିଙ୍ଗ ଚଣ୍ଡାଶୋକ ଅଶୋକଙ୍କୁ ଧର୍ମାଶୋକ କରିଛି। ଐତିହାସିକ ନୌବାଣିଜ୍ୟ ଇଂରେଜ ବିରୋଧୀ ଲଢ଼େଇରୁ ଶିକ୍ଷା ମିଳିଛି । ମହତାବ ବିଜୁ ପଟ୍ଟନାୟକଙ୍କ ସମେତ ବହୁ ନିର୍ମାତାଙ୍କୁ ମନେପକାଇଲେ ରାଷ୍ଟ୍ରପତି ।

#ଜନତାର_ସ୍ବପ୍ନ_ପୂରଣ_କରନ୍ତୁ: #ରାଷ୍ଟ୍ରପତି
-ଅବିଭାଷଣରେ ଲୋକ ପ୍ରତିନିଧିଙ୍କୁ ରାଷ୍ଟ୍ରପତିଙ୍କ ପରାମର୍ଶ
-ଜନଗଣ ଭାଗ୍ୟବିଧାତା, ସେମାନଙ୍କ ହାତରେ ଅସୀମ କ୍ଷମତା
-ଶାସନ ଜନଗଣଙ୍କ ହାତରେ, ଆପଣ ସେମାନଙ୍କ ପ୍ରତିନିଧି
-କେତେ ଆଶା ବିଶ୍ବାସ ନେଇ ସେମାନେ ଆପଣଙ୍କୁ ପଠାଇଛନ୍ତି
-ସେମାନଙ୍କର ଆଶା, ସ୍ବପ୍ନ ପୂରଣ କରିବା ଆପଣଙ୍କ କର୍ତ୍ତବ୍ୟ… pic.twitter.com/m8sOmu5Amx— ଓଟିଭି (@otvkhabar) November 27, 2025
ରାଷ୍ଟ୍ରପତି ଆହୁରି କହିଛନ୍ତି ଓଡ଼ିଶା ବିଧାନସଭାରେ ନାରୀଙ୍କ ପ୍ରତିନିଧିତ୍ୱ ବଢ଼ିଛି । ଆଜି ବିଧାନସଭାକୁ ଜଣେ ମହିଳା ବାଚସ୍ପତି ଚଳାଉଛନ୍ତି । ଏହା ବିକଶିତ ଭାରତର ପରିକଳ୍ପନା ପାଇଁ ସମ୍ଭବ । ପ୍ରଜାମାନେ ଅନେକ ସ୍ୱପ୍ନ ନେଇ ଆପଣଙ୍କୁ ପଠାଇଛନ୍ତି । ସେମାନଙ୍କ ମୁହଁରେ ହସ ଫୁଟାଇବା ଆପଣଙ୍କ କର୍ତ୍ତବ୍ୟ । ଗୃହରେ ଆପଣଙ୍କ ଉଚ୍ଚାରଣ ଓ ଆଚରଣ ଭଲ ରହିବା ଉଚିତ । କାରଣ ଆଜିର ଟେକ୍ନୋଲୋଜି ଜରିଆରେ ତାହା ସମସ୍ତେ ଦେଖୁଛନ୍ତି । ଓଡ଼ିଶା ସବୁ ପ୍ରକାର ସମ୍ବଳରେ ପରିପୂର୍ଣ୍ଣ । ତେଣୁ ଓଡ଼ିଶାକୁ ଏକ ଅଗ୍ରଣୀ ପ୍ରଦେଶରେ ପରିଣତ କରାଯାଇ ପାରିବ । ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନ କରିବାର ଆବଶ୍ୟକତା ରହିଛି । ଓଡ଼ିଶାର ପ୍ରଗତିକୁ ଜୀବନର ବ୍ରତ ଭାବେ ଗ୍ରହଣ କରନ୍ତୁ ।
also read https://purvapaksa.com/can-laser-weapons-and-iron-beams-intercept-missiles/


