Bishnupada Sethi: ୧୯୯୫ ବ୍ୟାଚ୍ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କୁ ରାଜ୍ୟ ଅନୁସୂଚିତ ଜାତି, ଜନଜାତି ବିଭାଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ, ଓଡ଼ିଆ ଭାଷାସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ସଚିବ ପଦରୁ ହଟାଇ ଦିଆଯାଇଛି।
ଟେଣ୍ଡର ଫିକ୍ସିଂ ମାମଲାରେ ସିବିଆଇ ସହ ଲୁଚକାଳି ଖେଳୁଥିବା ବରିଷ୍ଠ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଉପରେ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଆଜି ତାଙ୍କୁ ୩ଟି ଯାକ ଗୁରୁତ୍ୱପୂର୍ଣ୍ଣ ବିଭାଗର ସଚିବ ପଦରୁ ହଟାଇ ଦେଇଛନ୍ତି। ତାଙ୍କୁ ସାଧାରଣ ପ୍ରଶାସନ ବିଭାଗର ଓଏସଡି (ଅଫିସର ଅନ୍ ସ୍ପେଶାଲ ଡ୍ୟୁଟି) ଭାବେ ପନିସମେଣ୍ଟରେ ପଠାଇ ଦିଆଯାଇଛି ।
ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୧୯୯୫ ବ୍ୟାଚ୍ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କୁ ରାଜ୍ୟ ଅନୁସୂଚିତ ଜାତି,ଜନଜାତି ବିଭାଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ, ଓଡ଼ିଆ ଭାଷାସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ସଚିବ ପଦରୁ ହଟାଇ ଦିଆଯାଇଛି।
ତାଙ୍କ ସ୍ଥାନରେ ୧୯୯୭ ବ୍ୟାଚ୍ ଆଇଏଏସ୍ ସଞ୍ଜିବ କୁମାର ମିଶ୍ରଙ୍କୁ ଦାୟିତ୍ୱ ନ୍ୟସ୍ତ କରାଯାଇଛି। ଶ୍ରୀ ମିଶ୍ରଙ୍କୁ ଅନୁସୂଚିତ ଜାତି ଓ ଜନଜାତି ବିଭାଗର ପ୍ରମୁଖ ସଚିବଭାବେ ଅବସ୍ଥାପିତି କରାଯାଇଥିବାବେଳେ ସେ ଅତିରିକ୍ତ ଭାବେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ସହ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ସଚିବଭାବେ ଦାୟିତ୍ୱ ଦିଆଯାଇଛି। ଶ୍ରୀ ମିଶ୍ର ନିକଟରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିଲେ।
ଉଲ୍ଲେଖଯୋଗ୍ୟ, ଲାଞ୍ଚ କାରବାର ଓ ଟେଣ୍ଡର ଫିକ୍ସିଂ ମାମଲାରେ ସିବିଆଇ ଗତ ୧୦ତାରିଖରୁ ବିଷ୍ଣୁପଦ ସେଠୀଙ୍କୁ ହାଜର ପାଇଁ ନୋଟିସ୍ ଦେଇଥିଲେ ମଧ୍ୟ ସେ ତାହାକୁ ଏଡ଼ାଇ ଚାଲିଛନ୍ତି। ସିବିଆଇ ସହ ବିଷ୍ଣୁପଦ ଲୁଚକାଳି ଖେଳୁଥିବାବେଳେ ରାଜ୍ୟ ସରକାରଙ୍କ ଭୂମିକାକୁ ନେଇ ସନ୍ଦେହ ସୃଷ୍ଟି ହୋଇଥିଲା। ଗଣମାଧ୍ୟମରେ ଚର୍ଚ୍ଚା ପରେ ସରକାର ବିଷ୍ଣୁପଦଙ୍କ ଉପରେ ଆକ୍ସନ ନେଇଛନ୍ତି। ତାଙ୍କୁ ଆଜି ସବୁ ବିଭାଗର ହଟାଇ ସାଧାରଣ ପ୍ରଶାସନ ବିଭାଗର ଓଏସଡି ଭାବେ ଅବସ୍ଥାପିତ କରିଛନ୍ତି ।
ବିଷ୍ଣୁପଦଙ୍କୁ ମଧ୍ୟ ପୂର୍ବରୁ ଏଭଳି ପନିସମେଣ୍ଟ ଭୋଗିବାକୁ ପଡ଼ିଥିଲା । ୨୦୨୩ ମସିହାରେ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ସଚିବ ଥିବାବେଳେ ବିଷ୍ଣୁପଦଙ୍କ ବିରୁଦ୍ଧରେ ଏଭଳି ଦୁର୍ନୀତି ଅଭିଯୋଗ ଆସିବା ପରେ ତତ୍କାଳୀନ ସରକାର ତାଙ୍କୁ ସାଧାରଣ ପ୍ରଶାସନ ବିଭାଗର ଓଏସଡି ଭାବେ ପନିସମେଣ୍ଟରେ ପଠାଇ ଦେଇଥିଲେ । ୨୦୨୩ ଜୁନ୍ ମାସରୁ ଅକ୍ଟୋବର ମାସ ପର୍ଯ୍ୟନ୍ତ ସେ ସାଧାରଣ ପ୍ରଶାସନ ବିଭାଗର ଓଏସଡି ଭାବେ ବିନା କାମରେ ଦରମା ନେଉଥିଲେ ।
ମନୋଜ ସାହୁ ହେଲେ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ
୨୦୦୬ ବ୍ୟାଚ୍ ଆଇଏଏସ୍ ଅଫିସର ମନୋଜ ସାହୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବଭାବେ ନିଯୁକ୍ତି ଦେବା ନେଇ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି। ସେହିପରି ଆନ୍ତଃକ୍ୟାଡ଼ର ଡେପୁଟେସନରେ ଆସିଥିବା ୨୦୦୬ ବ୍ୟାଚ୍ ଆଇଏଏସ୍ ମନୋଜ କୁମାର ସାହୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବଭାବେ ଅବସ୍ଥାପିତ କରାଯାଇଛି। ଶ୍ରୀ ସାହୁଙ୍କୁ ରାଜ୍ୟ ସରକାରଙ୍କ ଅନୁରୋଧରେ କେନ୍ଦ୍ର ସରକାର ଓଡ଼ିଶା ପଠାଇଛନ୍ତି।
ଗତ ମାସରେ କେନ୍ଦ୍ର ସରକାର ତାଙ୍କୁ ୩ ବର୍ଷ ପାଇଁ ଓଡ଼ିଶାକୁ ଆନ୍ତଃ କ୍ୟାଡର ଡେପୁଟେସନ୍ ମଞ୍ଜୁର କରିଥିଲେ। ଶ୍ରୀ ସାହୁ ଜଣେ ଅରୁଣାଚଳ ପ୍ରଦେଶ, ଗୋଆ, ମିଜୋରାମ ଏବଂ କେନ୍ଦ୍ରଶାସିତ ଅଞ୍ଚଳ (ଏଜିଏମ୍ୟୁଟି) କ୍ୟାଡର ଆଇଏଏସ୍ ଅଧିକାରୀ ଏବଂ ସେତେବେଳେ ଦିଲ୍ଲୀରେ ନିର୍ବାଚନ ଆୟୋଗ କାର୍ଯ୍ୟାଳୟରେ ଉପ ନିର୍ବାଚନ କମିଶନର ଭାବେ କାର୍ଯ୍ୟ କରୁଥିଲେ।
ବାରମ୍ବାର ତାଗିଦ ସତ୍ତ୍ୱେ ଓଡ଼ିଶାର ୩ ସାଂସଦ ଅନୁପସ୍ଥିତ, ବିଜେପି ପଠାଇବ ନୋଟିସ
