Budget session: ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ଆସନ୍ତା ଫେବୃୟାରୀ ୧୩ ତାରିଖରୁ ଆରମ୍ଭ ହେବ। ଅଧିବେଶନର ପ୍ରଥମ ପର୍ଯ୍ୟାୟ ଫେବୃୟାରୀ ୧୩ରୁ ୨୧ ତାରିଖ ପର୍ଯ୍ୟନ୍ତ ଏବଂ ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୭ରୁ ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ଚାଲିବ।
ଆସନ୍ତା ୧୩ ତାରିଖରୁ ଆରମ୍ଭ ହେବ ବିଧାନସଭାର ବଜେଟ ଅଧିବେଶନ। ୧୭ ତାରିଖରେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ ଉପସ୍ଥାପନ ହେବ। ଆଉ ଏହି ଅଧିବେଶନ ଦୁଇଟି ପର୍ଯ୍ୟାୟରେ ୨୮ଦିନ ଚାଲିବ।
ବିଧାନସଭା ସଚିବାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ଆସନ୍ତା ଫେବୃୟାରୀ ୧୩ତାରିଖରୁ ଆରମ୍ଭ ହେବ। ଅଧିବେଶନର ପ୍ରଥମ ପର୍ଯ୍ୟାୟ ଫେବୃୟାରୀ ୧୩ରୁ ୨୧ତାରିଖ ପର୍ଯ୍ୟନ୍ତ ଏବଂ ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ୭ରୁ ଏପ୍ରିଲ ୫ତାରିଖ ପର୍ଯ୍ୟନ୍ତ ଚାଲିବ।
ପ୍ରଥମ ଦିନରେ ରାଜ୍ୟପାଳ ଡଃ ହରିବାବୁ କମ୍ଭମପତିଙ୍କ ଅଭିଭାଷଣର କାର୍ଯ୍ୟକ୍ରମ ରହିଛି। ଫେବୃୟାରୀ ୧୪ ଓ ୧୫ତାରିଖ ଦୁଇଦିନ ଧରି ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ହେବ। ୧୬ତାରିଖ ରବିବାର ଛୁଟି ଥିବାବେଳେ ୧୭ରେ ୨୦୨୫-୨୬ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହେବ।
୧୮ରେ ସରକାରୀ କାର୍ଯ୍ୟଦିବସ ଥିବାବେଳେ ୧୯ରେ ପ୍ରାଇଭେଟ୍ ମେମ୍ବର୍ସ ବିଜିନେସ୍ ଏବଂ ୨୦ ଓ ୨୧ରେ ବଜେଟ୍ ଉପରେ ସାଧାରଣ ଆଲୋଚନା ଆରମ୍ଭ ହେବ। ୨୨ରୁ ମାର୍ଚ୍ଚ ୬ତାରିଖ ପର୍ଯ୍ୟନ୍ତ ଗୃହ କାର୍ଯ୍ୟ ବନ୍ଦ ରହିବ।
ଦ୍ୱିତୀୟ ପର୍ଯ୍ୟାୟରେ ଗୃହ କାର୍ଯ୍ୟ ମାର୍ଚ୍ଚ ୭ତାରିଖରୁ ଆରମ୍ଭ ହେବ। ବିଭାଗୀୟ ଷ୍ଟାଣ୍ଡିଂ କମିଟି ରିପୋର୍ଟମାନ ଗୃହରେ ଆଗତ ହେବ। ତା’ପରେ ମାର୍ଚ୍ଚ ୧୦ରୁ ବିଭାଗୱାରି ଅନୁଦାନ ଦାବି ଉପରେ ଆଲୋଚନା ଓ ମାର୍ଚ୍ଚ ୨୯ତାରିଖରେ ବ୍ୟୟମଞ୍ଜୁରୀ ବିଲ୍ ଆସିବ ବୋଲି ବିଜ୍ଞପ୍ତିରୁ ଜଣାପଡ଼ିଛି।
Also readhttps://purvapaksa.com/why-did-vivek-ramaswamy-quit-the-doge-after-trump-was-sworn-in-as-president/
ଟ୍ରମ୍ପ୍ ରାଷ୍ଚ୍ରପତି ପଦର ଶପଥ ନେବା ପରେ କାହିଁକି ଡିଓଜିଇରୁ ବିଦା ହେଲେ ବିବେକ ରାମାସ୍ୱାମୀ ?
