Odisha Weather: ବଦଳିଲା ପାଗ। ତାତିରେ ଲାଗିଲା ବ୍ରେକ । ମିଳିଲା ଗରମରୁ ଆଶ୍ଵସ୍ତି ।
ଆଗାମୀ ୫ରୁ ୬ ଦିନ ପର୍ଯ୍ୟନ୍ତ ରାଜ୍ୟ ପାଇଁ ଏଭଳି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ୧୪ ଜିଲ୍ଲାରେ ଘଡ଼ଘଡ଼ି ଓ ଝଡ଼ବର୍ଷା ହେବା ନେଇ ଚେତାବନୀ ଦିଆଯାଇଛି । ଉପକୂଳ ସହ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବର୍ଷା ସହ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି ।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ଆକଳନ ଅନୁସାରେ, ଉପକୂଳବର୍ତ୍ତୀ ଜିଲ୍ଲା, ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲା, ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାର କିଛି କିଛି ସ୍ଥାନରେ ବର୍ଷା ହୋଇପାରେ । ଆଜି ଓ ଆସନ୍ତାକାଲି ଉପକୂଳ ଓଡ଼ିଶାରେ କାଳବୈଶାଖୀ ପ୍ରଭାବ ରହିବ । ଆଜି ୧୪ ଜିଲ୍ଲାରେ ଘଡ଼ଘଡ଼ି ସହ ଝଡ଼ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡିକ ହେଲେ ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରପଡା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ ଓ ଗଜପତି । ୧୩ ତାରିଖଠାରୁ ପାଗରେ ପରିବର୍ତ୍ତନ ଆସିପାରେ ।
ସୂଚନାଯୋଗ୍ୟ ଯେ, ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ଓ କଟକ ସହର ସମେତ ୧୦ ଜିଲ୍ଲାରେ ତାଣ୍ଡବ ରଚିଛି କାଳବୈଶାଖୀ ବର୍ଷା । ପ୍ରବଳ ପବନ ସାଙ୍ଗକୁ ବିଜୁଲି-ଘଡ଼ଘଡ଼ି ସହ ବର୍ଷା ହୋଇଛି । କାଳବୈଶାଖୀ ବର୍ଷା ପାଇଁ ରାଜ୍ୟରେ ତାପମାତ୍ରା ମଧ୍ୟ ତଳମୁହାଁ ହୋଇଛି ।
ALLSO READ: https://purvapaksa.com/ayushman-bharat-scheme-in-odisha/
୧୧ ଏପ୍ରିଲରୁ ଓଡ଼ିଶାରେ ଆୟୁଷ୍ମାନ ଭାରତ ଯୋଜନା: କେମିତି ପାଇବେ ସ୍ୱାସ୍ଥ୍ୟକାର୍ଡ?