ରଥ ଟଣାର ଅନ୍ୟତମ ଆକର୍ଷଣ ହେଉଛି ରଥ ଦଉଡି଼ । ଏହି ପବିତ୍ର ଦଉଡ଼ିକୁ ସ୍ପର୍ଶ କରିବା ସଙ୍ଗେ ସଙ୍ଗେ ଭକ୍ତ ନିଜକୁ ଧନ୍ୟ ମଣିଥାନ୍ତି । ଗତ କିଛି ବର୍ଷ ଧରି ଏହି ଦଉଡ଼ି ରାଜ୍ୟ କେରଳ କଏର ନିଗମରୁ ଆଣାଯାଉଅଛି ।
୧. ୮ ଇଞ୍ଚ ଗୋଲାଇ ବିଶିଷ୍ଟ ୨୨୦ ଫୁଟ୍ ଲମ୍ବର ୧୨ ଗୋଟି ଦଉଡ଼ି ତିନି ରଥ ପାଇଁ ଆବଶ୍ୟକ ପଡିଥାଏ।
୨. ୩ ଇଞ୍ଚ ଗୋଲାଇ ବିଶିଷ୍ଟ ୪୫୦ ଫୁଟ୍ ଲମ୍ବର ୩ଟି ଦଉଡି ରଥ ଘେର ପାଇଁ ଦରକାର ହୋଇଥାଏ।
୩. ୨୨୦ ଫୁଟ୍ ଲମ୍ବର ଏକଗୋଟି ଦଉଡି ଜରୁରୀ ଆବଶ୍ୟକତା ପାଇଁ ସଂରକ୍ଷିତ ରଖାଯାଇଥାଏ ବୋଲି ମନ୍ଦିର ପ୍ରଶାସନ ସୂତ୍ରରୁ ପ୍ରକାଶ ।
ସର୍ବପ୍ରଥମେ ବଳଭଦ୍ର ମହାପ୍ରଭୁଙ୍କ ତାଳଧ୍ୱଜ ରଥ ଟଣାଯାଏ । ସମତାଳରେ ଉଭୟ ଭଟିମୁଣ୍ଡା ଓ ପୁରୀ ଘଣ୍ଟୁଆମାନେ ଏହି ସମୟରେ ଘଣ୍ଟ ବଜାଇଥାନ୍ତି । ଡାହୁକ ରଥ ଉପରେ ଠିଆ ହୋଇ ଯୋଡ଼ି ଲମ୍ବା ବେତ ଧରି ରଥ ବୋଲି ଗୀତ ଗାଇ ଭକ୍ତଜନଙ୍କୁ ଆମୋଦିତ କରିଥାନ୍ତି । ଭକ୍ତମାନଙ୍କ ହରିବୋଲ, ହୁଳହୁଳି, ସଂକୀର୍ତ୍ତନ ଇତ୍ୟାଦିରେ ସମଗ୍ର ବଡ଼ଦାଣ୍ଡ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥାଏ । ତାଳଧ୍ୱଜ ରଥ ପରେ ଦେବୀ ସୁଭଦ୍ରାଙ୍କ ଦେବଦଳନ ଓ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଟଣା ଯାଇଥାଏ । ପରମ୍ପରା ଅନୁଯାୟୀ ବଡ଼ଦାଣ୍ଡରେ ଅବସ୍ଥିତ ମାଉସୀ ମା ମନ୍ଦିରଠାରେ ଠାକୁରମାନଙ୍କୁ ପୋଡ଼ ପିଠା ଭୋଗ ଲାଗିଥାଏ ।
ଯଦି ଗୋଟିଏ ଦିନରେ ରଥ ତିନିଟି ଯାକ ଗୁଣ୍ଡିଚା ମନ୍ଦିରଠାରେ ପହଞ୍ଚି ନ ପାରେ, ତେବେ ତହିଁପର ଦିନ ସକାଳେ ଏହି ରଥଟଣା ହୋଇ ଗୁଣ୍ଡିଚା ମନ୍ଦିରଠାରେ ପହଞ୍ଚିଥାଏ ।
ALSO READ https://purvapaksa.com/know-the-3-times-special/
