Weather Report : କମିବ ତାପମାତ୍ରା ବଦଳିବ ପାଗ। ବୃଦ୍ଧି ପାଉଥିବା ତାପମାତ୍ରା ଭିତରେ ହାଲୁକା ବର୍ଷା ଆଣିବ ଆଶ୍ୱସ୍ତି ।
ଆଜିଠାରୁ ୨୧ ତାରିଖ ଯାଏଁ ରାଜ୍ୟର ଉପକୂଳ ଏବଂ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଝଡ ବର୍ଷା ସହ କୁଆପଥର ମାଡ ହେବ । ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡି ସହ ପବନର ବେଗ ୪୦ରୁ ୫୦ କିମି ରହିବ । କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ସୂଚନା ଅନୁଯାୟୀ, ଆଗାମୀ ୨୪ ଘଣ୍ଟାରେ ୩ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସାଙ୍ଗକୁ କୁଆପଥର ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ୩ ଜିଲ୍ଲା ହେଉଛି ମୟୂରଭଞ୍ଜ, ବାଲେଶ୍ଵର, କେନ୍ଦୁଝର । ଏହି ଜିଲ୍ଲା ଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିଭଳି ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଢେଙ୍କାନାଳ, ଯାଜପୁର ଓ କଟକ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଏହାର ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡି ସହ ପବନର ବେଗ ୪୦ରୁ ୫୦ କିମି ରହିବ, କୁଆପଥର ବର୍ଷା ହେବ ।
ଏହାସହ ୨୦ ତାରିଖରେ ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, କେନ୍ଦ୍ରାପଡ଼ା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲ୍କାରୁ ମଧ୍ୟମ ଧରଣ ବର୍ଷା ହୋଇପାରେ। ଏଥିସହ ବଜ୍ରପାତ ଓ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ALSO READ: https://purvapaksa.com/big-news-for-the-general-public-banks-will-remain-closed-on-this-day/