Pravasi Bharatiya Divas: ଓଡିଶାର ସମୃଦ୍ଧ କଳା, ସଂସ୍କୃତି ଓ ଐତିହ୍ୟକୁ ବିଶ୍ୱ ଦରବାରରେ ପହଞ୍ଚାଇବା ପାଇଁ ପ୍ରବାସୀ ଭାରତୀୟ ଦିବସ ଏକ ପ୍ରକୃଷ୍ଟ ଅବସର। ଏହି ସମାରୋହରେ ଦେଶ ବିଦେଶରୁ ପ୍ରାୟ ୭ହଜାର ଅତିଥି ଯୋଗଦେବେ। ଅଦ୍ୟାବଧି ୨୭୪୮ ଜଣ ଅତିଥି ଅଂଶଗ୍ରହଣ ନିମନ୍ତେ ପଞ୍ଜିକରଣ କରିସାରିଲେଣି।
ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ଭୁବନେଶ୍ୱରରେ ଆସନ୍ତା ଜାନୁଆରୀ ମାସ ୮ ରୁ ୧୦ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ଅନୁଷ୍ଠିତ ହେବାକୁ ଯାଉଛି। ସ୍ଥାନୀୟ ଜନତା ମଇଦାନଠାରେ ମହାସମାରୋହରେ ଏହା ପାଳନ ହେବାକୁ ଯାଉଛି। ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଏହାର ସମ୍ପୂର୍ଣ୍ଣ ପ୍ରସ୍ତୁତିର ସମୀକ୍ଷା କରିଥିଲେ। ଭାରତୀୟ ସଂସ୍କୃତି ସାରାବିଶ୍ୱରେ ନିଜର ସମୃଦ୍ଧ ଐତିହ୍ୟ ଓ ପରମ୍ପରା ପାଇଁ ପ୍ରସିଦ୍ଧ। ଓଡିଶାର ସମୃଦ୍ଧ କଳା, ସଂସ୍କୃତି ଓ ଐତିହ୍ୟକୁ ବିଶ୍ୱ ଦରବାରରେ ପହଞ୍ଚାଇବା ପାଇଁ ପ୍ରବାସୀ ଭାରତୀୟ ଦିବସ ଏକ ପ୍ରକୃଷ୍ଟ ଅବସର। ଏହି ସମାରୋହରେ ଦେଶ ବିଦେଶରୁ ପ୍ରାୟ ୭ହଜାର ଅତିଥି ଯୋଗଦେବେ। ଅଦ୍ୟାବଧି ୨୭୪୮ ଜଣ ଅତିଥି ଅଂଶଗ୍ରହଣ ନିମନ୍ତେ ପଞ୍ଜିକରଣ କରିସାରିଲେଣି।
ମୁଖ୍ୟ ଅତିଥିଭାବେ ତ୍ରିନିଦାଦ ଓ ଟୋବାଗୋ ରାଷ୍ଟ୍ରପତି କ୍ରିଷ୍ଟାଇନ୍ କାର୍ଲ କାଙ୍ଗାଲୁ ଯୋଗଦେବେ। ଏହି ଅବସରରେ ସେ ଚନ୍ଦକା ସ୍ଥିତ ଗୋଡିବାରି ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହ ବାର୍ତ୍ତାଳାପ କରିବେ। ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର, ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ, ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ ପ୍ରଭୁତି ଏହି ପ୍ରବାସୀ ଭାରତୀୟ ଦିବସରେ ଯୋଗଦେବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ‘ପ୍ରବାସୀ ଭାରତୀୟ ଏକ୍ସପ୍ରେସ’ର ଉଦ୍ଘାଟନ କରିବେ।
ଏହାକୁ ଦୃଷ୍ଟିରେ ରଖି ଅଧିକ ସଂଖ୍ୟକ ହାଇ ସିକ୍ୟୁରିଟି ଫୋର୍ସ, ୨୫୦ ଟ୍ରାଫିକ ନିୟନ୍ତ୍ରଣକାରୀ ଏବଂ ୧୪୦ ଲିଆଜିନିଙ୍ଗ ଅଫିସରଙ୍କୁ ନିୟୋଜିତ କରାଯାଇଛି। ସେହିପରି ବିଦେଶରୁ ଆସୁଥିବା ଅତିଥିମାନଙ୍କୁ ଏକ ସୁନ୍ଦର ଓ ସୌହାର୍ଦ୍ଦ୍ୟପୂର୍ଣ୍ଣ ଅଭିଜ୍ଞତା ପ୍ରଦାନ ପାଇଁ ଟ୍ୱିନ୍ସିଟି ଭୁବନେଶ୍ୱର ଓ କଟକକୁ ସମ୍ପୂର୍ଣ୍ଣରୂପେ ସ୍ୱଚ୍ଛ ଓ ନିର୍ମଳ କରାଯାଇଛି। ସହରର ରାସ୍ତା ଘାଟ, ଅଫିସ୍ ବିଲଡିଙ୍ଗ, ବିଡିଏ ପାର୍କ ଓ ବରପୁତ୍ରଙ୍କ ପ୍ରତିମୂର୍ତ୍ତିଗୁଡ଼ିକୁ ପରିଷ୍କାର ପରିଛନ୍ନ କରାଯାଇ ସୁସଜ୍ଜିତ ଆଲୋକ ମାଳାରେ ସଜାଇ ଦିଆଯାଉଛି। ପ୍ରବାସୀ ଭାରତୀୟ ଦିବସ ମହାସମାରୋହରେ ଆୟୋଜନ ବେଳେ ସହରର ବିଭିନ୍ନ ସ୍ଥାନରେ ପଥ ଉତ୍ସବ, ଏକାମ୍ର ଉତ୍ସବ, ଆଦିବାସୀ ମେଳା ପ୍ରଭୃତି ଦ୍ୱାରା ରାଜଧାନୀକୁ ଉତ୍ସବ ମୁଖର କରାଯିବ।
