Weather Report: ଆସନ୍ତା ୩ ଦିନ ମଧ୍ୟରେ ସାରାଓଡ଼ିଶାରେ ରାତିର ତାପମାତ୍ରା ଧୀରେ ଧୀରେ ୨ରୁ ୩ ଡିଗ୍ରି ବଢ଼ିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ଗତ ଦୁଇଦିନ ମଧ୍ୟରେ ରାଜ୍ୟରେ ପାରଦ ହ୍ରାସ ପାଇଥିଲା। ଆଜି ସକାଳେ ଲଗାତାର ଦ୍ୱିତୀୟ ଦିନ ପାଇଁ ରାଜ୍ୟର ସବୁଠାରୁ ଥଣ୍ଡା ସ୍ଥାନ ଜି ଉଦୟଗିରି ୭.୪ ଡିଗ୍ରୀ ସେଲସିୟସ ରହିଥିବାବେଳେ କୋରାପୁଟର ସେମିଳିଗୁଡ଼ା (୧୦.୨ ଡିଗ୍ରୀ), ଫୁଲବାଣୀ (୧୦.୫ ଡିଗ୍ରୀ), ରାଉରକେଲା (୧୧.୩ ଡିଗ୍ରୀ) ଓ ଝାରସୁଗୁଡ଼ା (୧୧.୮ ଡିଗ୍ରୀ ସେଲସିୟସ) ରହିଛି।
ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ ୧୭.୪ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି, ଯାହା ସ୍ୱାଭାବିକଠାରୁ ୧.୮ ଡିଗ୍ରୀ କମ୍। ପୂର୍ବଦିନ ଭୁବନେଶ୍ୱର ଓ କଟକରେ ତାପମାତ୍ରା ୧୭.୧ ଓ ୧୭ ଡିଗ୍ରୀ ସେଲସିୟସକୁ ଖସି ଆସିଥିଲା।
୩ ଦିନ ପର୍ଯ୍ୟନ୍ତ ପାଗ ଶୁଖିଲା ରହିଥିବା ବେଳେ ୧୯ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ବାଲେଶ୍ୱର ଜିଲ୍ଲାର କେତେକ ସ୍ଥାନରେ ବଜ୍ରପାତ ସହ ବଜ୍ରପାତ ହେବ ବୋଲି ପାଣିପାଗ ବିଭାଗ ସତର୍କ କରାଇଦେଇଛି। ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ ଓ ବାଲେଶ୍ୱରର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ।
ଆସନ୍ତା ୨୦ ତାରିଖରେ ବର୍ଷାର ତୀବ୍ରତା ସାମାନ୍ୟ ବୃଦ୍ଧି ପାଇବ ଏବଂ ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଦେବଗଡ଼, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ ଓ ବାଲେଶ୍ୱରରେ ଘଡ଼ଘଡ଼ି ସହ ବଜ୍ରପାତ ନେଇ ସତର୍କ ସୂଚନା ଜାରି ରହିଛି। ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଦେବଗଡ଼, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ଝାରସୁଗୁଡ଼ା, ସମ୍ବଲପୁର, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ବାଲେଶ୍ୱରର ଗୋଟିଏ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।
୨୧ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି ଜିଲ୍ଲାର କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱରର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ପୂର୍ବାନୁମାନ କରାଯାଇଛି।
Also readhttps://purvapaksa.com/supply-minister-conspiring-to-defame-mohan-government/
