Heat Wave Alert: ରାଜ୍ୟରେ ରେକର୍ଡ କରୁଛି ତାତି। ମାର୍ଚ୍ଚ ଅଧାରେ ଆକାଶରୁ ନିଆଁ ବର୍ଷୁଛି। ଜାରି ରହିଛି ଅସହ୍ୟ ଗ୍ରୀଷ୍ମ ଲହରୀ। ଅତ୍ୟଧିକ ତାତି ପାଇଁ ଜାରି ହେଲା ରେଡ୍ ୱାର୍ଣ୍ଣିଂ ରହିଛି।
ରେକର୍ଡ ପରେ ରେକର୍ଡ ଭାଙ୍ଗୁଛି ତାତି । ମାର୍ଚ୍ଚ ଅଧାରୁ ହିଁ ଆକାଶରୁ ନିଆଁ ବର୍ଷୁଛି। କ୍ରମାଗତ ଭାବରେ ବୌଦ୍ଧ ଓ ଝାରସୁଗୁଡ଼ା ପାରଦ ଉପରମୁହାଁ ହୋଇଛି । ୧୪ ତାରିଖରେ ୪୧. ୮ ଡିଗ୍ରୀ ସହ ଝାରସୁଗୁଡ଼ା ଓ ୧୫ ତାରିଖରେ ୪୨.୫ ଡିଗ୍ରୀ ସହ ବୌଦ୍ଧ ସାରା ଦେଶରେ ଉତ୍ତପ୍ତ ସ୍ଥାନ ପାଲଟିଥିଲା । ଆଜି ମଧ୍ୟ ୪୩.୬ ଡିଗ୍ରୀ ତାପମାତ୍ରା ସହ ଜଳିଛି ବୌଦ୍ଧ । ୭ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ଆହୁରି ୩ ଦିନ ରାଜ୍ୟରେ ଜାରି ରହିବ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ।
ଆଜି ୪୩.୬ ଡ଼ିଗ୍ରୀ ସହ ବୌଦ୍ଧ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି । ୭ଟି ସହରରେ ୪୦ ଡିଗ୍ରୀ ଉପରେ ତାପମାତ୍ରା ରହିଥିବା ବେଳେ ପ୍ରମୁଖ ସହର ମଧ୍ୟରୁ ଉତପ୍ତ ସହର ରହିଛି ବୌଦ୍ଧ । ବୌଦ୍ଧ ପରେ ସର୍ବାଧିକ ତାପମାତ୍ରା ଝାରସୁଗୁଡ଼ାରେ ୪୨.୦୦ ଡିଗ୍ରୀ, ବଲାଙ୍ଗୀର ୪୧.୭ ଡିଗ୍ରୀ, ଅନୁଗୋଳରେ ୪୧ .୧ ଡିଗ୍ରୀ, ଟିଟିଲାଗଡରେ ୪୦.୫ ଡିଗ୍ରୀ, ସୁନ୍ଦରଗଡରେ ୪୦.୩ ଡିଗ୍ରୀ ଓ ଭବାନୀପାଟଣାରେ ୪୦.୨ ଡିଗ୍ରୀ ରେକର୍ଡ ହୋଇଛି । ସେହିପରି ୬ଟି ସହରରେ ତାପମାତ୍ରା ୩୯ ଡିଗ୍ରୀ ଉପରେ ରହଛି ।
ଭୀଷଣ ଗ୍ରୀଷ୍ମ ପ୍ରବାହକୁ ଦେଖି ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ ଓ କଳାହାଣ୍ଡିକୁ ୨ ଦିନ ଲାଗି ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟ ଜିଲ୍ଲା ପାଇଁ ବି ୟେଲୋ ଏବଂ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ତେବେ ୧୯ ପରେ ବଦଳିବ ପାଗ । ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା । ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । କିଛି ସ୍ଥାନରେ ପ୍ରବଳ ବର୍ଷା ସାଙ୍ଗକୁ ବିଜୁଳି ଘଡଘଡି ଓ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ଯାହାକୁ ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ବିଶେଷ କରି ମୟୁରଭଭଞ୍ଜ, ବାଲେଶ୍ବର, କେନ୍ଦୁଝର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ଥିବାରୁ ତାପମାତ୍ରା ଖସିପାରେ ।
ALSO READ: https://purvapaksa.com/ramakanta-rath-the-invaluable-gem-of-odia-poetry-world-passes-away/