Heat wave: ଓଡ଼ିଶାର ବିଭିନ୍ନ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ହଠାତ୍ ବୃଦ୍ଧି ପାଇଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡ଼ିକର ଗୋଟିଏ ଦୁଇଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ପ୍ରାୟ ୨ରୁ ୩ ଡିଗ୍ରି ସେଲସିୟସ୍ ବୃଦ୍ଧି ପାଇଥିବା ବେଳେ ଓଡ଼ିଶାର ଜିଲ୍ଲାଗୁଡ଼ିକର ଅନ୍ୟ ସ୍ଥାନରେ କୌଣସି ବଡ଼ ଧରଣର ପରିବର୍ତ୍ତନ ହୋଇନାହିଁ। ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ସ୍ୱାଭାବିକଠାରୁ ପ୍ରାୟ ୪ରୁ ୫ ଡିଗ୍ରି ଅଧିକ ରହିଛି।
ଏପ୍ରିଲ ୨୩ରୁ ୨୬ ତାରିଖ ମଧ୍ୟରେ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳ ଗ୍ରୀଷ୍ମ ପ୍ରବାହ, ଗ୍ରୀଷ୍ମ ପ୍ରବାହ, ଗରମ ଓ ଆର୍ଦ୍ରତା ଏବଂ ଗରମ ରାତି ହେବାର ସମ୍ଭାବନା ରହିଛି ବୋଲି ଆଇଏମଡି ପୂର୍ବାନୁମାନ କରିଛି।
ପାଣିପାଗ ପୂର୍ବାନୁମାନ
୨୪ ତାରିଖ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ । ଝାରସୁଗୁଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ବୌଦ୍ଧ, ବଲାଙ୍ଗୀର, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ସମ୍ବଲପୁର, ସୁନ୍ଦରଗଡ଼, ବଲାଙ୍ଗୀର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ରାତିରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ୟେଲୋ ଓ୍ଵାର୍ଣ୍ଣିଂ: ସେହିପରି କଳାହାଣ୍ଡି, ନୂଆପଡ଼ା, ଦେବଗଡ଼, ଅନୁଗୁଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ଢେଙ୍କାନାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଗରମ ଓ ଆର୍ଦ୍ରତା ରହିବାର ସମ୍ଭାବନା ରହିଛି।
୨୫ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ବଲାଙ୍ଗୀର, ବୌଦ୍ଧ, ନୂଆପଡ଼ା, କଳାହାଣ୍ଡି, ଅନୁଗୁଳ, ଦେବଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ଏହାସହ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ।
ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି କେନ୍ଦୁଝର, ଢେଙ୍କାନାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଗରମ ଓ ଆର୍ଦ୍ରତା ରହିବାର ସମ୍ଭାବନା ରହିଛି।