ଆଜି ଆସିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ୟ୍ୟାୟ ଟଙ୍କା । ରାଜ୍ୟର ୧୮ ଲକ୍ଷ ମହିଳାଙ୍କୁ ଟଙ୍କା ପ୍ରଦାନ କରାଯିବ । ଯାଜପୁରରେ ଏକ ଭବ୍ୟ କାର୍ଯ୍ୟକ୍ରମରେ ଏହି ଟଙ୍କା ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ହିତାଧିକାରୀଙ୍କୁ ଟଙ୍କା ଦିଆଯିବା ପରେ ରାଜ୍ୟରେ ୯୮ ଲକ୍ଷ ମହିଳା ସୁଭଦ୍ରା ଯୋଜନାରେ ଲାଭବାନ ହେବେ ।
ଗତକାଲି (ଶୁକ୍ରବାର) ସମ୍ବଲପୁରରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଶୁଭାରମ୍ଭ ଅବସରରେ ସୁଭଦ୍ରା ଟଙ୍କା ପ୍ରଦାନ ସମ୍ପର୍କରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଥିଲେ, “ଯେଉଁମାନେ NPCIରେ ରହିଯିବେ ସେମାନଙ୍କୁ ମାର୍ଚ୍ଚ ୮ ତାରିଖ ସୁଦ୍ଧା ଯୋଡି ଦିଆଯିବ । ୩ଲକ୍ଷ ୩୮ ହଜାର NPCI ମଧ୍ଯରୁ ୫୯ ହଜାର NPCI କ୍ଲିୟର ହୋଇଛି । ଗୋଟିଏ ବି ଯୋଗ୍ୟ ହିତାଧିକାରୀ ଯେପରି ବାଦ ପଡିବେନି ସେନେଇ ବ୍ୟବସ୍ଥା କରାଯାଉଛି । ସୁଭଦ୍ରା ମହିଳାଙ୍କ ପାଇଁ ବିକାଶର ମୂଳ ପିଣ୍ଡ । ସୁଭଦ୍ରା ଏକ ଫ୍ଲାଗସିପ ଯୋଜନା ନୁହେଁ ବରଂ ମହିଳାଙ୍କୁ ଉଦ୍ଯମୀ, ଉଦ୍ୟୋଗୀ ହିସାବରେ ସୁଭଦ୍ରା ଗଢି ତୋଳିବ ।
ଦିଲ୍ଲୀ ଫଳାଫଳ: ମଧ୍ୟବିତ୍ତ ‘କିଙ୍ଗମେକର୍ସ’ ଓ ପୂର୍ବାଞ୍ଚଳୀ ଭୋଟର ବିଜେପି ଆଡକୁ ମୁହାଁଇଲେ, ଆପ୍ ଛାଡିଲେ