Subhadra Yojana: ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ୨୪ ତାରିଖରେ ମିଳିବ ସୁଭଦ୍ରା ଟଙ୍କା । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।
ମାର୍ଚ୍ଚ ୮, ମହିଳା ଦିବସ ଉପଲକ୍ଷେ ରାଜ୍ୟରେ ଅନେକ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା । ହେଲେ ତାଙ୍କ ମଧ୍ୟରୁ ଏପରି ଅନେକ ଅଛନ୍ତି ଯେଉଁମାନଙ୍କୁ ସୁଭଦ୍ରା ଟଙ୍କା ମିଳି ନଥିଲା । ତେବେ ଯେଉଁମାନେ ଯୋଜନାର ଲାଭ ପାଇବା ପାଇଁ ଆବେଦନ କରିଥିଲେ, ସେମାନଙ୍କ ମଧ୍ୟରୁ ଯିଏ ଯୋଗ୍ୟ ବିବେଚିତ ହେବେ ସେମାନେ ଟଙ୍କା ପାଇବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି । କୌଣସି ନା କୌଣସି କାରଣରୁ ହିତାଧିକାରଙ୍କ ଆକାଉଣ୍ଟକୁ ଟଙ୍କା ଆସିନଥିଲା ।
କିନ୍ତୁ ସେମାନେ ଏବେ ଆଦୌ ବ୍ୟସ୍ତ ହେବାର ଆବଶ୍ୟକତା ନାହିଁ । କାରଣ ପୁଣି ଥରେ ଏହି ମାସରେ ସୁଭଦ୍ରା ଟଙ୍କା ଆକାଉଣ୍ଟକୁ ଆସିବାକୁ ଯାଉଛି । ପଞ୍ଚାୟତିରାଜ ଦିବସ ଉପଲକ୍ଷେ ୧ ଲକ୍ଷ ୭୦ ହଜାର ହିତାଧିକାରୀଙ୍କ ଭିତରୁ ଯେଉଁମାନେ ଯୋଗ୍ୟ, ସେମାନେ ପାଇବେ ବୋଲି ପ୍ରଭାତୀ କହିଛନ୍ତି ।
ALSO READ: https://purvapaksa.com/kalbaisakhi-to-bring-heavy-rainfall-thunderstorms-in-odisha-until-april-24/