Gold Rate: ଦିଅଁକୁ ବଢ଼ିଚାଲିଛି ସୁନା ଦର । ପୁଣିଥରେ ସୁନା ବଜାରରେ ଦେଖା ଦେଇଛି ପରିବର୍ତନ । ଦର ଆସିଛି ପରିବର୍ତ୍ତନ । ରେକର୍ଡ ଭାଙ୍ଗିଲା ସୁନା ଦର ।
୯୦ ହଜାର ଛୁଇଁଛି ସୁନା ଦର । ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୦ ହଜାର ୬୬୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୩ ହଜାର ୧୦୦ ଟଙ୍କାକୁ ପହଞ୍ଚିଛି ।
ସେହିପରି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୦ହଜାର ୬୬୦ ଟଙ୍କା ହୋଇଛି । ଏହାସହ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୮୩, ୧୦୦ ଟଙ୍କା ଛୁଇଁଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୮୩,୧୦୦ ଟଙ୍କା ଓ ୯୦,୬୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୮୩, ୨୫୦ ଟଙ୍କା ଓ ୯୦, ୮୧୦ ଟଙ୍କା ରହିଛି ।
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୮୩,୧୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୯୦, ୬୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୮୩,୧୦୦ ଓ ୯୦,୬୬୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୦୫,୧୦୦ ଟଙ୍କା ହୋଇଛି ।
ALSO READ: https://purvapaksa.com/indias-first-taxi-with-5-star-safety-ratings-launched/