ଯୋଗ୍ୟ ବେକାର ଯୁବକ ଯୁବତୀଙ୍କୁ ସୁଯୋଗ ନ ଦେଇ ରାଜ୍ୟ ସରକାର ବିଭିନ୍ନ ସ୍କୁଲରେ ଅବସରପ୍ରାପ୍ତଙ୍କୁ ଅତିଥି ଶିକ୍ଷକ ଭାବେ ନିଯୁକ୍ତି ଦେବା ପାଇଁ ନେଇଥିବା ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଦାୟର ମାମଲାକୁ ହାଇକୋର୍ଟ ଗୁରୁତ୍ବର ସହିତ ଗ୍ରହଣ କରିଛନ୍ତି । ନିୟମିତ ନିଯୁକ୍ତି ପ୍ରକ୍ରିୟା ନ କରି ତଥା ଉପଯୁକ୍ତ ଶିକ୍ଷାଗତ ଯୋଗ୍ୟତା ଥିବା ବେକାର ଯୁବବର୍ଗଙ୍କୁ ସୁଯୋଗ ନ ଦେଇ ଅବସରପ୍ରାପ୍ତଙ୍କୁ ନିଯୁକ୍ତି ଦିଆଯିବା ପ୍ରସଙ୍ଗକୁ ନେଇ ହାଇକୋର୍ଟ ଆଜି ଉଦ୍ବେଗ ପ୍ରକାଶ କରିଛନ୍ତି। ଖାଲି ପଦବି ପାଇଁ ନିୟମିତ ବ୍ୟବଧାନରେ କାହିଁକି ନିଯୁକ୍ତି ପ୍ରକ୍ରିୟା ଅନୁଷ୍ଠିତ ହେଉନାହିଁ ବୋଲି ଶୁଣାଣି ବେଳେ ହାଇକୋର୍ଟ ପ୍ରଶ୍ନ କରିଥିଲେ।
ଏଥି ସହିତ ଶିକ୍ଷିତ ଯୁବକ ଶିକ୍ଷାନୁଷ୍ଠାନରେ ଖାଲିଥିବା ପଦବି ସଂପର୍କରେ ତଥ୍ୟ ଯୁବତୀ କୁଆଡ଼େ ଯିବେ ବୋଲି ହାଇକୋର୍ଟ ଶୁଣାଣି ବେଳେ ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରିଥିଲେ।
୬୩୮୭ ଅତିଥି ଶିକ୍ଷକ ନିଯୁକ୍ତି ସଂପର୍କିତ ସରକାରଙ୍କ ନିଷ୍ପତିକୁ ରଦ୍ଦ କରିବା ପାଇଁ ଦାୟର ଏହି ମାମଲାରେ
ଦେବେ ସରକାର ସତ୍ୟପାଠ ମାଧ୍ୟମରେ ଜବାବ ରଖିବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥି ସହିତ ରାଜ୍ୟର ଶିକ୍ଷାନୁଷ୍ଠାନ ଗୁଡ଼ିକରେ କେତେ ଶିକ୍ଷକ ପଦବି ଖାଲିପଡ଼ିଛି ସେ ନେଇ ତଥ୍ୟ ଦାଖଲ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଉଚ୍ଚଶିକ୍ଷା ବିଭାଗକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।
ଶିକ୍ଷାନୁଷ୍ଠାନଗୁଡ଼ିକରେ ଖାଲି ପଡ଼ିଥିବା ପଦବି ପୂରଣ ପାଇଁ କଣ ପଦକ୍ଷେପ ଗ୍ରହଣ କରାଯାଇଛି ସେ ନେଇ ଅବଗତ କରିବାକୁ ଗଣଶିକ୍ଷା ଓ ଉଚ୍ଚଶିକ୍ଷା ବିଭାଗକୁ ହାଇକୋର୍ଟ କହିଛନ୍ତି ।
ଜଷ୍ଟିସ୍ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦଙ୍କୁ ନେଇ ଗଠିତ ଖଣ୍ଡପୀଠ ଅର୍ପିତା ପ୍ରିୟଦର୍ଶିନୀ ଓ ଅନ୍ୟ ତିନି ଜଣଙ୍କ ଆବେଦନର ଶୁଣାଣି କରି ଏପରି ନିର୍ଦ୍ଦେଶ ପ୍ରଦାନ କରିଛନ୍ତି । ଅକ୍ଟୋବର ୮କୁ ମାମଲାର ପରବର୍ତୀ ଶୁଣାଣି ପାଇଁ ଧାର୍ଯ୍ୟ କରାଯାଇଛି।
ମାମଲାର ବିବରଣୀରୁ ପ୍ରକାଶ ଯେ ରାଜ୍ୟର ବିଭିନ୍ନ ସରକାରୀ, ଅନୁଦାନପ୍ରାପ୍ତ, ବ୍ଲକ୍ଗ୍ରାଣ୍ଟ ହାଇସ୍କୁଲ ଓ ସଂସ୍କୃତ ଟୋଲ୍ ଗୁଡ଼ିକରେ ୨୦୨୫-୨୬ ଶିକ୍ଷାବର୍ଷରେ ୬୩୮୭ ଅତିଥି ଶିକ୍ଷକଙ୍କ ନିଯୁକ୍ତି ପାଇଁ ସରକାରୀ ସ୍ତରରେ ନିଷ୍ପତ୍ତି ନିଆଯାଇଥିଲା।
ଅବସରପ୍ରାପ୍ତ ଶିକ୍ଷକଙ୍କୁ ଅତିଥି ଶିକ୍ଷକ ଭାବେ ନିଯୁକ୍ତି ଦେବା ପାଇଁ ୨୦୨୫, ଅଗଷ୍ଟ ୧ର ଗଣଶିକ୍ଷା ବିଭାଗ ବିଠିରେ କୁହାଯାଇଥିଲା। ଏହାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ମାମଲା ରୁଜୁ ହୋଇଥିଲା। ଆବେଦନକାରୀଙ୍କ ତରଫରୁ ଆଇନଜୀବୀ ସମୀର କୁମାର ଦାସ ମାମଲା ପରିଚାଳନା କରୁଛନ୍ତି।
ALSO READ https://purvapaksa.com/who-will-compensate-the-party-for-the-losses-caused-by-manmmatha/
