Utkal Divas: ଆଜି ସାରା ଓଡ଼ିଶା ପାଳନ କରୁଛି ଉତ୍କଳ ଦିବସ । ଯାହା ପ୍ରତିଟି ଓଡ଼ିଆଙ୍କ ପାଇଁ ଗର୍ବ ଏବଂ ଗୌରବର ବିଷୟ। ପ୍ରତିବର୍ଷ ଏପ୍ରିଲ ୧ରେ ଉତ୍କଳ ଦିବସ ପାଳୁଛି ଓଡ଼ିଶା । ୧୯୩୬ ମସିହା ଏପ୍ରିଲ ୧ରେ ଭାଷା ଭିତ୍ତିରେ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ହୋଇଥିଲା । ଏଥିପାଇଁ ବହୁ ବରପୁତ୍ରଙ୍କ ତ୍ୟାଗ ପରିଶ୍ରମ କରିଥିଲେ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ।
୧୯୩୬ ପୂର୍ବର ଆମ ଉତ୍କଳ ଖଣ୍ଡ ବିଖଣ୍ଡିତ ହୋଇ ସୀମାହୀନ ଅବସ୍ଥାରେ ଥିଲା । କବି ଓ ଲେଖକଙ୍କର ସାଧନା ଯୋଗୁଁ ତିଷ୍ଠି ରହିଥିଲା ଓଡ଼ିଆ ଭାଷା ଓ ସଂସ୍କୃତି । ପାଶ୍ଚାତ୍ୟ ଶିକ୍ଷା ପ୍ରସାର ଫଳରେ ଓଡ଼ିଆ ଭାଷା ଓ ସଂସ୍କୃତି ବିପନ୍ନ ହୋଇପଡ଼ିଥିଲା । ପଶ୍ଚିମର ସମ୍ବଲପୁରରେ ଥିଲା ହିନ୍ଦୀ ଭାଷାର ପ୍ରଭାବ। ଉତ୍ତର ବାଲେଶ୍ୱରରେ ଥିଲା ବଙ୍ଗଳାର ପ୍ରଭାବ। ଦକ୍ଷିଣରେ ଗଞ୍ଜାମ ମାଡ୍ରାସ ରେସିଡେନ୍ସି ଅଧୀନରେ ଥିଲା । ଉତ୍ତରରେ ସ୍କୁଲଗୁଡିକରେ ବଙ୍ଗଳା ଭାଷାର ବ୍ୟବହାର ହେଉଥିଲା । ଦକ୍ଷିଣ ଓଡ଼ିଶାରେ ତେଲୁଗୁର ବିସ୍ତାର ପାଇଁ ହେଉଥିଲା ଉଦ୍ୟମ । ୧୮୯୫ରେ ସମ୍ବଲପୁରରେ ହିନ୍ଦୀକୁ ସରକାରୀ କାର୍ଯ୍ୟରେ ବ୍ୟବହାର କରାଗଲା ।
ଏହାପରେ ଆରମ୍ଭ ହୋଇଥିଲା ଓଡ଼ିଆଙ୍କ ସ୍ୱାଭିମାନର ଲଢ଼େଇ । ୧୫୬୮ରେ ଶେଷ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ ବ୍ରିଟିଶ ଶାସନରୁ ଅଲଗା ହୋଇ ଏକ “ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ” ଗଠନ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଆନ୍ଦୋଳନ ତେଜିଥିଲା। ପ୍ରଥମେ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ୱର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ଓଡ଼ିଶା ଗଠନ କରାଯାଇଥିଲା।
ବିହାର ଅଧୀନରେ ଥିବା ଏହି ପ୍ରଦେଶକୁ ଏକ ସ୍ୱତନ୍ତ୍ର ପରିଚୟ ଦେବାରେ ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ଗୋପବନ୍ଧୁ ଦାଶଙ୍କ ସହିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତି, ପଣ୍ଡିତ ନୀଳକଣ୍ଠ ଦାସ, ଫକୀର ମୋହନ ସେନାପତି, ଗଙ୍ଗାଧର ମେହେରଙ୍କ ପରି ଅନେକ ବୀର ପୁରୁଷ ମୁଖ୍ୟ ଭୂମିକା ନିର୍ବାହ କରିଥିଲେ । ନୂତନ ରାଜ୍ୟ ଭାବେ ଗଢି ଉଠିଥିବା ଓଡ଼ିଶା ୬ ଜିଲ୍ଲାକୁ ନେଇ ଗଠନ କରାଯାଇଥିଲା । ଏହି ଜିଲ୍ଲାଗୁଡିକ ଥିଲା କଟକ, ପୁରୀ, ବାଲେଶ୍ୱର, ସମ୍ବଲପୁର, କୋରାପୁଟ ଏବଂ ଗଞ୍ଜାମ । ତେବେ ରାଜ୍ୟର ରାଜଧାନୀ ଥିଲା କଟକ ।
ଅନ୍ୟପଟେ ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳ ମଣି ଗୋପବନ୍ଧୁ ଦାଶ, ମହାରାଜା କୃଷ୍ଣଚନ୍ଦ୍ର ଗଜପତି, ବ୍ୟାସକବି ଫକିର ମୋହନ ସେନାପତି, ରାଧାନାଥ ରାୟ, ଗଙ୍ଗାଧର ମେହେରଙ୍କ ପରି ବୀର ପୁତ୍ର ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ କରିବା ପାଇଁ ସଂଘର୍ଷ କରିଥିଲେ । ଏହି ବୀର ପୁତ୍ରଙ୍କ ସଂଘର୍ଷରେ ୧୯୦୩ରେ ପ୍ରଥମେ ଗଠନ ହୋଇଥିଲା ଉତ୍କଳ ସମ୍ମିଳନୀ । ଜୋରଦାର ସଂଗ୍ରାମ ପରେ ୧୯୩୬ ମସିହା ଏପ୍ରିଲ୍ ୧ରେ ଗଠନ ହେଲା ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ।
ଏପ୍ରିଲ ୫ ତାରିଖ ସୁଦ୍ଧା ଓଡ଼ିଶାରେ ବଜ୍ରପାତ ସହ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବ: ଆଇଏମଡି